ମାସେ ମଧ୍ୟରେ କାର୍ଯ୍ୟକ୍ଷମ ହେବ ବୀରାଶାଳ ଏୟାର ଷ୍ଟ୍ରିପ୍‌

କାମାକ୍ଷାନଗର, ୧୭।୫(ଡି.ଏନ.ଏ.)- ମାସେ ମଧ୍ୟରେ ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ ବହୁ ପ୍ରତୀକ୍ଷିତ ବୀରାଶାଳ ଏୟାରଷ୍ଟ୍ରିପ୍‌। ଏଥିପାଇଁ ସବୁଜ ସଙ୍କେତ ମିଳିଛି। ଗୁରୁବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଏୟାରଷ୍ଟ୍ରିପ୍‌ ପରିଦର୍ଶନ କରିବା ସହ ଭିତ୍ତିଭୂମିକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ହେବା ଏକ ପ୍ରକାର ନିଶ୍ଚିତ ହୋଇସାରିଥିବାବେଳେ ଏହାକୁ ନେଇ ଢେଙ୍କାନାଳ ଜିଲାବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖାଦେଇଛି।
କଙ୍କଡ଼ାହାଡ଼ ବ୍ଲକର ବୀରାଶାଳରେ ୫୦ଏକର ପରିମିତ ଅଞ୍ଚଳରେ ରହିଥିବା ପୁରାତନ ଏୟାରଷ୍ଟ୍ରିପ୍‌ର ପୁନରୁଦ୍ଧାର ପରେ ଏହାକୁ ବିମାନ ଉଡ଼ାଣ ପ୍ରଶିକ୍ଷଣ କେନ୍ଦ୍ର ଭାବେ ବ୍ୟବହାର କରାଯିବ। ଇତିମଧ୍ୟରେ ପୂର୍ତ୍ତ ବିଭାଗ ପକ୍ଷରୁ ରନ୍‌ଓ୍ବେ, ସୁରକ୍ଷା ପାଚେରି ସମେତ ଅନ୍ୟ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ କରାଯାଇଛି। ଏୟାରଷ୍ଟ୍ରିପ୍‌କୁ ଗଭର୍ନମେଣ୍ଟ ଆଭିଏଶନ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ (ଗତି)କୁ ହସ୍ତାନ୍ତର କରାଯାଇଛି।
ଗୁରୁବାର ୨ଟି ବିମାନ ଏୟାରଷ୍ଟ୍ରିପ୍‌ରେ ଅବତରଣ କରିଥିଲା। ଗୋଟିଏରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଏବଂ ଅନ୍ୟଟିରେ ୨ଜଣ ପାଇଲଟ ଆସିଥିଲେ। ୨ ପାଇଲଟ୍‌ଙ୍କୁ ନେଇ ଗୋଟିଏ ବିମାନରେ ନିର୍ଦ୍ଦେଶକ ସମ୍ପୂର୍ଣ୍ଣ ଏୟାରଷ୍ଟ୍ରିପ୍‌ ଅଞ୍ଚଳ ପରିକ୍ରମା କରିଥିଲେ। ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ହେବା ସମ୍ପର୍କରେ ସୂଚନା ଦେଇ ନିର୍ଦ୍ଦେଶକ କହିଛନ୍ତି, ୧ କିମି ୧୦୦ ମିଟର ବିଶିଷ୍ଟ ଏୟାରଷ୍ଟ୍ରିପ୍‌ର ରନ୍‌ଓ୍ବେ ନିର୍ମାଣ କାର୍ଯ୍ୟ ଶେଷହୋଇଛି। ଏହାର ଉଭୟ ପାର୍ଶ୍ୱ ରାସ୍ତା କାମ ବାକି ରହିଛି। ପାଇଲଟଙ୍କ ପାଇଁ ଆବଶ୍ୟକ ରେଷ୍ଟ ଶେଡ୍‌, ପ୍ରଶିକ୍ଷାର୍ଥୀଙ୍କ ହଷ୍ଟେଲ ଗୃହ ନିର୍ମାଣ କରିବାକୁ ପୂର୍ତ୍ତ ବିଭାଗକୁ କୁହାଯାଇଛି। ପ୍ରଶିକ୍ଷଣ ଆରମ୍ଭ ହେଲେ ଅତିକମ୍‌ରେ ୪ରୁ୫ଟି ବିମାନ ରହିବ। ଏଥିପାଇଁ ଆବଶ୍ୟକ ରହଣିସ୍ଥଳ ନିର୍ମାଣ କରିବାକୁ ପଡ଼ିବ। ଏଥିସହ ଅତ୍ୟାଧୁନିକ ଅଗ୍ନି ନିରାପତ୍ତା ଏବଂ ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ ଜରୁରୀ। ନିରାପତ୍ତାକୁ ନଜରରେ ରଖି ଗେଟ୍‌ ନିର୍ମାଣ, ବିମାନ ଉଡ଼ାଣ କେନ୍ଦ୍ର ଚତୁଃପାର୍ଶ୍ୱରେ ଥିବା ଫାଙ୍କା ସ୍ଥାନ ବନ୍ଦ କରିବାକୁ କୁହାଯାଇଛି। ଭିତ୍ତିଭୂମି ବିକାଶ କାର୍ଯ୍ୟ ସନ୍ତୋଷଜନକ ରହିଛି। ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ମାସେ ମଧ୍ୟରେ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଏଠାରୁ ବିମାନ ଉଡ଼ାଣ ପ୍ରଶିକ୍ଷଣ ଆରମ୍ଭ ହେବ। ଢେଙ୍କାନାଳ ବିକାଶରେ ଏହା ନୂତନ ଅଧ୍ୟାୟ ଯୋଡ଼ିବ ବୋଲି ନିର୍ଦ୍ଦେଶକ କହିଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ ଏୟାରଷ୍ଟ୍ରିପ୍‌ ପରିଚାଳକ ଓମ୍‌ପ୍ରକାଶ ସୁରୀ, କ୍ୟାପ୍‌ଟେନ ଓ.ବି.କେ. ସିଂ, ଟେଷ୍ଟିଂ ପାଇଲଟ ଆଶିଷ ନାୟକ, ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର ମନୋଜ କୁମାର ରାୟ, ଟେକ୍ନିସିଆନ ଗଜେନ୍ଦ୍ର ମହନ୍ତ, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ହରିପାଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri