ମାସେ ହେଲା ଘୂରି ବୁଲୁଛନ୍ତି ଅଜଣା ବ୍ୟକ୍ତି:ପ୍ରଶାସନ ପକ୍ଷରୁ ତଦନ୍ତ ଦାବି

ନିରାକାରପୁର,୩୦ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନ୍‌ ଅଞ୍ଚଳରେ ଦୀର୍ଘ ମାସେ ହେବ  ଆଟାଚି ଧରି ଜଣେ ଅଜଣା ବ୍ୟକ୍ତି ଖରାରେ ଘୁରି ବୁଲୁଛନ୍ତି ା ସେ କେବଳ ଖରାରେ ଏକୁଟିଆ ବସୁଛନ୍ତି ା ଖାଇବାକୁ କାହାକୁ କିଛି ନ ମାଗି ନିଜସ୍ବ ଖର୍ଚ୍ଚରେ କିଣୁଛନ୍ତି। ତାଙ୍କୁ ଯାହା ପଚାରିଲେ ମଧ୍ୟ ସେ କୌଣସି ଉତ୍ତର ଦେଉନାହାନ୍ତି ା ବ୍ୟକ୍ତି ଜଣକ ଧରିଥିବା ଆଟାଚିଟି କୌଣସି ବ୍ୟକ୍ତିଙ୍କ ସମ୍ମୁଖରେ ଖୋଲୁନାହାନ୍ତି ା ତେଣୁ ଏଭଳି ଜଣେ ଅଜଣା ବ୍ୟକ୍ତି ରହସ୍ୟମୟ ଭାବେ ଘୂରି ବୁଲୁଥିବାବେଳେ ପ୍ରଶାସନ ପକ୍ଷରୁ ତଦନ୍ତ ନିମନ୍ତେ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଯଦି ସେ ଜଣେ ଅସହାୟ କିମ୍ବା ନୀରିହ ହୋଇଥିବେ ତେବେ  ବିିଭିନ୍ନ ଯୋଜନା ଅନୁସାରେ ତାଙ୍କୁ ସରକାରୀ ସହାୟତା ମଧ୍ୟ ଯୋଗାଇଦେବା ଆବଶ୍ୟକ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ସ୍ଥାନୀୟ ପୋଲିସ ଓ ପ୍ରଶାସନ ଏହି ବ୍ୟକ୍ତିଙ୍କୁ ତାଙ୍କର ବିଭିନ୍ନ ତଥ୍ୟ ଓ  ଠିକଣା ବୁଝି ପରିବାରକୁ ହସ୍ତାନ୍ତର କରିବା କଥା । କିନ୍ତୁ ପ୍ରଶାସନ ଏଥିପ୍ରତି ଅଣଦେଖା କରୁଥିବା ଜଣାପଡ଼ିଛି। ଏ ନେଇ ନିରାକାରପୁର ଥାନା ଏ ଏସ୍‌ ଆଇ ଶରତ ପାଇକରାୟଙ୍କୁ ପଚାରିବାରୁ ସେ କହିଥିଲେ, ଆମେ ଏକଥା ଯାଣି ନ ଥିଲୁ। ତୁରନ୍ତ ଏହାର କିଛି  ବ୍ୟବସ୍ଥା କରାଯିବ ବୋଲି ସେ ସୂଚନା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri