ମାସ୍କ ନ ପିନ୍ଧି କରୁଥିଲେ ସଉଦା: ୬୦ଜଣ ଗଣିଲେ ୧୨ ହଜାର ଟଙ୍କା ଜରିମାନା

ବିଜେପୁର, ୨୧।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବାକୁ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି କ୍ରମରେ ବାହାରକୁ ବାହାରିବା ସମୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ହେଲେ କିଛି ଅମାନିଆ ଏହାକୁ ଉଲଂଘନ କରୁଥିବା ଦେଖାଯାଉଛି। ବରଗଡ଼ ଜିଲା ବିଜେପୁର ତହସିଲ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଲାଉମୁଣ୍ଡା ସାପ୍ତାହିକ ବଜାରରେ ଚଢାଉ ହୋଇଥିଲା। ବଜାରରେ ପରିବା କିଣୁଥିବା ଅନେକ ଲୋକ ମାସ୍କ ପିନ୍ଧି ନ ଥିବାବେଳେ କେତେକ ଦୋକାନୀ ମଧ୍ୟ ଏହାର ଉଲ୍ଲଂଘନ କରୁଥିବା ଚଢାଉବେଳେ ଜଣାପଡିଥିଲା। ସମୁଦାୟ ୬୦ଜଣ ମାସ୍କ ପିନ୍ଧି ନ ଥିବାରୁ ୧୨୦୦୦ଟଙ୍କା ଜରିମାନା ଗଣିଥିଲେ। ମାଜିଷ୍ଟ୍ରେଟ ଦାୟିତ୍ୱରେ ତହସିଲଦାର କୁଳମଣି ରଣବିଡାଙ୍କ ନେତୃତ୍ୱରେ ଆଇଆଇସି ରାଜେନ୍ଦ୍ର ସିଆଲଙ୍କ ସମେତ ବିଭାଗୀୟ କର୍ମଚାରୀ ଉକ୍ତ ଚଢାଉରେ ସାମିଲ ହୋଇଥିଲେ। ଲାଉମୁଣ୍ଡା ସାପ୍ତାହିକ ବଜାରଟିର ସ୍ଥାନ ସଂକୀର୍ଣ୍ଣ ହୋଇଛି। ତେଣୁ ବଜାରକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ସହ ସାମାଜିକ ଦରତ୍ୱ ଓ ମାସ୍କ ଲଗାଇବା ଦିଗରେ ଜନସାଧାରଣଙ୍କୁ ସଚେତନ କରିବାକୁ ସରପଞ୍ଚ ସୁବର୍ଣ୍ଣ ମେହେରଙ୍କୁ ତହସିଲଦାର କୁଳମଣି ରଣବିଡା ପରାମର୍ଶ ଦେଇଥିଲେ। ଗୋଟିଏ ଦିନରେ ୬୦ଜଣ ମାସ୍କ ନ ପିନ୍ଧି ୧୨୦୦୦ଟଙ୍କା ତଣ୍ଡ ଗଣିଥିବାରୁ ଅଞ୍ଚଳରେ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri