ମାସ୍କ ନ ପିନ୍ଧି କାନପୁର ଆଇଜି ଦେଲେ ଜରିମାନା

ଲକ୍ଷ୍ନୌ, ୭।୬: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ସାମାଜିକ ଦୂରତା ବଜାୟ ରଖିବା, ନିୟମିତ ଅନ୍ତରରେ ହାତ ଧୋଇବା, ବାହାରେ ଛେପ ନ ପକାଇବା, ମାସ୍କ ପିନ୍ଧିବା ଆଦି ଉପରେ ମାର୍ଗଦର୍ଶିକାରେ ଗୁରୁତ୍ୱାରୋପ କରାଯାଇଛି। ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହାର ଉଲ୍ଲଂଘନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଜରିମାନା ଦଣ୍ଡାଦେଶ କରାଯିବ ବୋଲି ଘୋଷଣା କରାଯାଇଛି। ଏପରିସ୍ଥଳେ କାନପୁର ଆଇଜି ମୋହିତ ଅଗ୍ରଓ୍ବାଲ ମାସ୍କ ନ ପିନ୍ଧିବାରୁ ୧୦୦ ଟଙ୍କା ଜରିମାନା ଦେଇଛନ୍ତି। ସେ ବାହାରକୁ ଯିବା ସମୟରେ ମାସ୍କ ନ ପିନ୍ଧି ମାର୍ଗଦର୍ଶିକାର ଉଲ୍ଲଂଘନ କରିଥିବା ଦର୍ଶାଇ ବାରା ପୋଲିସ ଷ୍ଟେଶନ ଅଧିକାରୀ ରଣଜିତ୍‌ ସିଂଙ୍କୁ ଜରିମାନା ଆଦାୟ କରିବା ଲାଗି କହିଛନ୍ତି। ରଣଜିତ୍‌ ସିଂ ଆଇଜିଙ୍କୁ ଚାଲାଣ ରସିଦ୍‌ ଦେବା ସହିତ ଜରିମାନା ଆଦାୟ କରିଛନ୍ତି। ସୂଚନାଯୋଗ୍ୟ, ଆଇଜି ବାରା ଅଞ୍ଚଳର ଅନୁଧ୍ୟାନ କରିବା ଲାଗି ଯାଇଥିଲେ। ତେବେ ସେ ମାସ୍କ ନ ପିନ୍ଧି ଗାଡ଼ିରୁ ବାହାରକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri