ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୯ ଅମାନିଆ, ୮ ଫେରାର

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ଦୂରେଇ ରହିବାକୁ ମାସ୍କ ପିନ୍ଧିବା ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ ବହୁ ଅମାନିଆ ଏହାକୁ ଖାମଖିଆଲୀ ଭାବେ ନେଇ ମାସ୍କ ପିନ୍ଧୁ ନାହାନ୍ତି। ଫଳରେ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ପକ୍ଷରୁ ଅଚାନକ ଚଢାଉ ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ରବିବାର ସର୍ବସାଧାରଣ ସ୍ଥାନରେ, ଦୋକାନରେ, ବାଇକରେ ଯିବାବେଳେ ତଥା ଖୁଲମଖୁଲା ତାସ ଖେଳ ଖେଳୁଥିବା ଲୋକ ଏହି ଚଢାଉବେଳେ ଧରା ପଡିଥିଲେ। ତହସିଲଦାର କୁଳମଣି ରଣବିଡା, ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ରୁକ୍ମଣ ମେହେର ଉକ୍ତ ଚଢାଉ ଅଭିଯାନରେ ସାମିଲ ହୋଇଥିଲେ। ଏନେଇ ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ରୁକ୍ମଣ ମେହେରଙ୍କୁ ପଚାରିବାରୁ ୯ଜଣଙ୍କଠାରୁ ଦୁଇଶହ ଟଙ୍କା ଲେଖାଏ ଜରିମାନା ଆଦାୟ ହୋଇଛି। ଅପରପକ୍ଷେ କନ୍ଧରାରେ ତାସ ଖେଳ ଖେଳୁଥିବା ଲୋକଙ୍କୁ ଚଢାଉ କରାଯାଇ ଥିଲା। ହେଲେ ସେମାନଙ୍କ ମଧ୍ୟରୁ ୮ଜଣ ଖସି ଯାଇଛନ୍ତି। ସେମାନେ ଆମ କାର୍ଯ୍ୟାଳୟକୁ ଆସି ଜରିମାନା ପ୍ରଦାନ ନ କଲେ ବାଧ୍ୟ ହୋଇ ତାଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ କରାଯିବ। ଏହିପରି ଅଚାନକ ଚଢାଉ ଅଭିଯାନ ଜାରି ରହିବ ବୋଲି ସେ କହିଛନ୍ତି। ଉକ୍ତ ଚଢାଉ ଯୋଗୁ ସାଧାରଣରେ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri