Odisha Elections 2024

ମାସ୍କ ପିନ୍ଧି ନ ଥିବାରୁ ମହିଳାଙ୍କୁ ଧରିଲା ପୋଲିସ

ବେଜିଂ,୪।୨: ଚାଇନାରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୪୨୬ ଜଣଙ୍କ ମୃତ୍ୟୁ ଘଟିଲାଣି। ଚାଇନା ସରକାର ଏହି ଭୂତାଣୁ ନ ବ୍ୟାପିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରିକି ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଚାଇନାରେ ଜଣେ ମହିଳା ବଜାରକୁ ମାସ୍କ ପିନ୍ଧି ଆସି ନ ଥିବାରୁ ପୋଲିସ ତାଙ୍କୁ ହାତକଡି ପକାଇ ହସ୍ପିଟାଲକୁ ନେଇଥିଲା। ସେଠାରେ ସମ୍ପୃକ୍ତ ମହିଳାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ତାଙ୍କୁ କରୋନା ଭାଇରସ୍‌ ସଂକ୍ରମଣ ହୋଇ ନ ଥିବା ଜଣାପଡିବା ପରେ ପୋଲିସ ଛାଡିଦେଇଥିଲା। ଦକ୍ଷିଣ ଚାଇନାର ଗୁଆନଡୋଙ୍ଗ ପ୍ରାନ୍ତରେ ଏଭଳି ଘଟଣା ଘଟିଛି। ସୂଚନାଯୋଗ୍ୟ, ଗୁଆନଡୋଙ୍ଗ ପୋଲିସ ଜାନୁୟାରୀ ୨୬ରେ ମାସ୍କ ନ ପିନ୍ଧିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ...

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌, ୬ ଦିନରେ ୨୫,୯୦୦ ମାମଲା

ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ...

ଡରିଗଲା ପାକିସ୍ତାନ, ଭାରତକୁ କଲା ଏମିତି ଅନୁରୋଧ

ଇସଲାମାବାଦ୍‌,୧୮।୩: ପାକିସ୍ତାନ ସରକାର ଭାରତ ସହ ସମ୍ପର୍କକୁ ନେଇ ନ୍ୟାଶନାଲ୍‌ ଆସେମ୍ଭଲିରେ ଏକ ଲିଖିତ ଉତ୍ତର ଦେଇଛନ୍ତି। ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନର...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ

ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ...

ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି

ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ...

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ...

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri