ମାସ୍କ ପିନ୍ଧି ବିବାହ

ପାଟଣା,୧୯।୫(ସ୍ବ.ପ୍ର.)-କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ କଟକଣା ଘୋଷଣା କରାଯାଇଛି। ମେ ୧୮ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟରେ ବିବାହ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ମାସ୍କ ପିନ୍ଧି, ସାମାଜିକ ଦୂରତ୍ୱ ପାଳନ କରି ବିବାହ କାର୍ଯ୍ୟ କରିବାକୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ କଈଣ୍ଡା ଗ୍ରାମରେ ରବିବାର ନିଆରା ଢଙ୍ଗରେ ଏକ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଛି। ସଦର ବ୍ଲକ ଅଞ୍ଜର ଗ୍ରାମର ସଚ୍ଚିଦାନନ୍ଦ ସାହୁଙ୍କ ଝିଅ ରିତାରାଣୀଙ୍କ ସହ ଚମ୍ପୁଆ ବ୍ଲକ ଷଡଙ୍ଗୀ ଗ୍ରାମର ମଧୁସୂଦନ ସାହୁଙ୍କ ସାନପୁଅ ମିତ୍ର ସୁନ୍ଦରଙ୍କ ମଧ୍ୟରେ ବୈଦିକ ରୀତିରେ ସମ୍ପନ୍ନ ହୋଇଛି। ବାହାଘର ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ହୋଇଥିଲା। ବାହାଘରରେ ନା ଥିଲା ରୋଶଣି ନା ବାଜିଥିଲା ସାହନାଇ ନା ସାଥିରେ ଥିଲେ ବରଯାତ୍ରୀ, କେବଳ ବର କନ୍ୟାଙ୍କ ସହ ବ୍ରାହ୍ମଣ ଓ କନ୍ୟା ମାତା ପିତା ଓ ବର ମାତା ପିତା। ସାମାଜିକ ଦୂରତା ଅବଲମ୍ବନ କରାଯାଇ ମୁହଁରେ ମାସ୍କ ବାନ୍ଧି ବିବାହ କାର୍ଯ୍ୟ ସମ୍ପନ୍ନ କରାଯାଇଥିଲା। କେବଳ ଶଙ୍ଖ ହୁଳ ହୁଳି ଆଉ ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣ ମଧ୍ୟରେ ଶେଷ ହୋଇଥିଲା ବିବାହ କାର୍ଯ୍ୟ। କରୋନା ପାଇଁ ଉପସ୍ଥିତ ଲୋକଙ୍କୁ ନବଦମ୍ପତି ମାସ୍କ, ସାନିଟାଇଜର ସହିତ ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ। ଏଥିସହ ଏହି ନବଦମ୍ପତି ବିବାହକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୫ହଜାର ଟଙ୍କା ଲେଖାଏଁ ଚେକ୍‌ ଆକାରରେ ସହାୟତା ରାଶି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri