ମାସ୍କ ପିନ୍ଧି, ସାନିଟାଇଜର ଲଗାଇ କଲେ ବିବାହ

ପାଟନା,୧୬।୪: କରୋନା ଭାଇରସ ଯୋଗୁ ସାରା ଦେଶରେ ମେ’ ୩ ପର୍ଯ୍ୟନ୍ତ ଚାଲିଥିବା ଲକ୍‌ଡାଉନକୁ ଦେଖି ଅନେକ ଲୋକ ସେମାନଙ୍କ ବିବାହ ତାରିଖରେ ପରିବର୍ତ୍ତନ କରୁଥିବା ଦେଖାଯାଇଛି। ହେଲେ ବିହାରର ନଓ୍ବାଦା ଜିଲାରେ ଏକ ବିବାହ ତାରିଖକୁ ଥରେ ଘୁଞ୍ଚାଇ ଦିଆଯାଇଥିବା ବେଳେ ଦ୍ୱିତୀୟ ଥର କିନ୍ତୁ ଏମାନେ ଲକ୍‌ଡାଉନର ସମସ୍ତ ନିୟମ ପାଳନ କରି ବିବାହ କରିଥିବା ଦେଖାଯାଇଛି। ନଓ୍ବାଦା ଜିଲାର ଶ୍ୱେତା କୁମାରୀଙ୍କ ବିବାହ ଶେଖପୁରା ଜିଲାର ଗୌରବ କୁମାରଙ୍କ ସହ ହେବାର ଥିଲା। ହେଲେ ଲକ୍‌ଡାଉନ ପାଇଁ ଏମାନେ ବିବାହ ତାରିଖ ଏପ୍ରିଲ ୧୪କୁ ଘୁଞ୍ଚାଇ ଦେଇଥିଲେ। ହେଲେ ଏପ୍ରିଲ ୧୪ରେ ପୁଣିଥରେ ମାଦିଙ୍କ ୨.୦ ଲକ୍‌ଡାଉନର ଅବଧିକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯିବାରୁ ଏମାନେ ଜିଲା ପ୍ରଶାସନଠାରୁ ଅନୁମତି ଆଣି ବିବାହ କରିଥିବା ଜଣାପଡିଛି। ଏହି ବିବାହରେ ବର ପକ୍ଷର ପ୍ରାୟ ୨ ଜଣ ଓ କନ୍ୟା ପକ୍ଷର ପ୍ରାୟ ୫ ଜଣ ଲୋକ ଯୋଗ ଦେଇଥିବା କୁହାଯାଏ। ତେବେ ଉଭୟ କନ୍ୟା ଓ ବର ବିବାହ ସମୟରେ ହାତରେ ବାରମ୍ବାର ସାନିଟାଇଜର ଲଗାଇବା ସହ ମୁହଁରେ ମାସ୍କ ପିନ୍ଧି ବିବାହ କରିଥିବା ଦେଖାଯାଇଛି। ଏହି ବିବାହ ଏବେ ସେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri