ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲା ଭଦ୍ରକ ଜିଲା ପ୍ରଶାସନ, ନଚେତ ଗଣିବେ ଜରିମାନା

ଭଦ୍ରକ ଅଫିସ, ୧୧।୪ – ଭଦ୍ରକ ଜିଲାବାସୀ ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପରିବା ମାର୍କେଟ, ମେଡିସିନ ଦୋକାନ, ଗ୍ରୋସରୀ ଦୋକାନ, ପେଟ୍ରୋଲ ପମ୍ପ କିମ୍ବା ଯେ କୌଣସି ସ୍ଥାନକୁ ଆସିଲେ ମାସ୍କ ପିନ୍ଧିବା ନିତାନ୍ତ ଆବଶ୍ୟକ ବୋଲି କୁହାଯାଇଛି। ଏପରିକି ରାସ୍ତାଘାଟରେ ପୋଲିସ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ ବୋଲି ସଚେତନତା କରୁଥିବା ଦେଖିବାକୁ ମିଳିଛି। ଯେଉଁ ବ୍ୟକ୍ତି ମାନେ ମାସ୍କ ପିନ୍ଧି ନ ଥିବେ ସେମାନଙ୍କ ଠାରୁ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଛି।

ସୂଚନାଯୋଗ୍ୟ, ଭଦ୍ରକ ଜିଲାର ୧୭୬ ଜଣଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ୧୬୨ ଜଣଙ୍କ ନେଗେଟିଭ୍‌ ଆସିଥିବା ଜଣାପଫିଛି। ସେଥିମଧ୍ୟରୁ ୩ଟି ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କ ରିପୋର୍ଟ ଆସିନାହିଁ। ଜିଲାରେ ୩ଜଣ ପଜିଟିଭ୍‌ ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri