ମାସ୍କ ବାଣ୍ଟିଲେ ହଲଧର ନାଗ

ବରଗଡ଼ ଅଫିସ୍‌,୧୬।୪- କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ମୁହଁରେ ମାସ୍କ, ଗାମୁଛା କିମ୍ବା ରୁମାଲ ବାନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି କ୍ରମରେ ଗୁରୁବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍‌ ବଜାରରେ ପଦ୍ମଶ୍ରୀ ହଲଧର ନାଗ ଲୋକଙ୍କୁ ମାସ୍କ ବଣ୍ଟନ କରିଥିଲେ । ସେ କହିଛନ୍ତି, କରୋନା ମହାମାରୀ ରୂପ ନେଇଛି । ଏହାକୁ ରୋକିବା ପାଇଁ ସମ୍ମିଳିତ ଉଦ୍ୟମ ଲୋଡ଼ା । ଉଭୟ ରାଜ୍ୟ, କେନ୍ଦ୍ର ସରକାର ଏଥିପାଇଁ ସମାଜିକ ଦୂରତ୍ୱ, ମୁହଁରେ ମାସ୍କ ବାନ୍ଧିବା, ଜରୁରୀ ପରିସ୍ଥିତିରେ ଘରୁ ନ ବାହାରିବାକୁ ବାରମ୍ବାର ପରାମର୍ଶ ଦେଉଛନ୍ତି । ଆମେ ବଞ୍ଚିଲେ ଯାଇ ଦେଶ ବଞ୍ଚିବ । ଫଳରେ ସରକାରଙ୍କ ଏହି ବାର୍ତ୍ତା ଲୋକଙ୍କ ପାଖକୁ ପହଞ୍ଚାଇବା ସହିତ ସେ ମାସ୍କ ବଣ୍ଟନ କରିଥିବା କହିଥିଲେ । ଭାଜପା ନେତା ଇରାସିସ୍‌ ଆଚାର୍ଯ୍ୟଙ୍କ ସହାୟତାରେ ଏହା ଲୋକଙ୍କୁ ବଣ୍ଟନ କରାଯାଇଥିଲା ବୋଲି ହଲଧର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri