ମାସ୍କ, ସାବୁନ ବାଣ୍ଟିଲା ଜନଜାଗରଣ ମଞ୍ଚ

ଖଇରା,୧୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ ଜନକଲ୍ୟାଣ ସେବାକୁ ବ୍ରତ ଭାବେ ଗ୍ରହଣ କରି ଆସିଥିବା ଜନଜାଗରଣ ମଞ୍ଚ ପୁଣିଥରେ ଅସହାୟଙ୍କୁ ସହାୟତା କରି ଉଦାହରଣ ପାଲଟିଛି। ୧୨ତାରିଖରୁ ମଞ୍ଚର ସଭାପତି ଉମେଶ ଚନ୍ଦ୍ର ନାୟକ ଓ ସମ୍ପାଦକ ନିରଞ୍ଜନ ବେହେରାଙ୍କ ସଭ୍ୟମାନେ ଖଇରା ବ୍ଲକର ବିଭିନ୍ନ ବସ୍ତି ଓ ସାହି ଅଞ୍ଚଳକୁ ଯାଇ ସଚେତନତା ବାର୍ତ୍ତା ଦେଇଛନ୍ତି। ଏହାସହ ମାସ୍କ ଓ ସାବୁନ ବାଣ୍ଟି ହାତ ଧୋଇବାର କୌଶଳ ଶିଖାଇଛନ୍ତି ା ୧୨ତାରିଖରୁ ସୁଣ୍ଢିରା ପଞ୍ଚାୟତର ସୁଣ୍ଢିରା ଓ ପୂର୍ବପଡା ଗ୍ରାମର ବିଭିନ୍ନ ସାହି, ୧୩ତାରିଖରେ ଗୋଳିହା ପଞ୍ଚାୟତର ମନୋହରପୁର, ମୁହଁଚୁଆଁ ପାଣିଛତ୍ର ଏବଂ ଅମରିଆ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ମାସ୍କ ବାଣ୍ଟିବା ଅବସରରେ ସମସ୍ତେ ଘରେ ରୁହନ୍ତୁ ଓ ସାମାଜିକ ଦୂରତା ରଖିବାକୁ ପରାମର୍ଶ ଦେଇଥିଲେ ା ୧୪ତାରିଖରେ ଖଇରା ପଞ୍ଚାୟତର ବଣପାରିଆ, ନଟାପଡା, ସାରୁଗାଁ ପଞ୍ଚାୟତର କାକୁଡିଆ ଆଦି ଗ୍ରାମକୁ ଯାଇ ବଣ୍ଟନ କାର୍ଯ୍ୟ ଶେଷ କରିଥିଲେ। ୧୫ ତାରିଖରେ ନହଙ୍ଗ ଗ୍ରାମରେ ଓ ୧୬ତାରିଖରେ ସାରଡାଙ୍ଗ ପଞ୍ଚାୟତର ଅଲିପୁର, ବୁରେଇସାହି ଏବଂ ହନ୍ନବାବିରେ ମାସ୍କ ଓ ସାବୁନ ବଣ୍ଟନ କରିଥିଲେ। ଏଥିରେ ମଞ୍ଚର କର୍ମକର୍ତ୍ତା କୃଷ୍ଣଚନ୍ଦ୍ର ପତ୍ରୀ, କୈଳାସ ପୃଷ୍ଟି, ବୁଦ୍ଧିରାମ ପାଣିଗ୍ରାହୀ, ସରପଞ୍ଚ ସୁଦର୍ଶନ ସେଠୀ, ମାୟାଧର ନାୟକ, ଦେବେନ୍ଦ୍ର ରାଉତ, ମଧୁସୂଦନ ରାଉଳ, ନରେନ୍ଦ୍ର ବେହେରା, ଛାୟାକାନ୍ତ ମହାନ୍ତି ଓ ସୁରେନ୍ଦ୍ର ଦଳେଇ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?