ମାହାଙ୍ଗା ରାସ୍ତା ନିର୍ମାଣରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କଟକ ପୂର୍ତ୍ତ ଡିଭିଜନ-୨ ଅନ୍ତର୍ଗତ ସାଲେପୁର ସବ୍‌ଡିଭିଜନର ମାହାଙ୍ଗା ସେକ୍ସନରେ ହୋଇଥିବା ରାସ୍ତା ନିର୍ମାଣ ଟେଣ୍ଡର ଦୁର୍ନୀତିର ତଦନ୍ତ କରିବାକୁ ଲୋକାୟୁକ୍ତ ବୁଧବାର ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।
ଉକ୍ତ ସେକ୍ସନରେ ବିଭିନ୍ନ ରାସ୍ତା ନିର୍ମାଣ ପାଇଁ ହୋଇଥିବା ଟେଣ୍ଡରରେ ୭,୭୯,୩୬,୦୨୭ ଟଙ୍କାର ଅର୍ଥ ତୋସରପାତ ହୋଇଥିବା ଅଭିଯୋଗ ହୋଇଥିଲା। କେଉଁ ପରିସ୍ଥିତିରେ ବିନା ଟେଣ୍ଡରରେ ଏତେ ଟଙ୍କାର କାର୍ଯ୍ୟାଦେଶ ଦିଆଗଲା ତାହା ଜଣାଇବାକୁ କଟକ ଆର ଆଣ୍ଡ ବି ଡିଭିଜନ-୨ର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟରଙ୍କୁ ଲୋକାୟୁକ୍ତଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଥିଲା। ଏଥିସହିତ ଏହି ଘଟଣା ପାଇଁ ପୂର୍ତ୍ତ ବିଭାଗର ମନ୍ତ୍ରୀଙ୍କୁ ମଧ୍ୟ ଲୋକାୟୁକ୍ତ ନୋଟିସ ଜାରି କରିଥିଲେ। ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଜଣାଇଥିଲେ ଯେ ୨୦୧୫-୧୬ରୁ ୨୦୧୮-୧୯ ମଧ୍ୟରେ ମାହାଙ୍ଗା ସେକ୍ସନରେ ହୋଇଥିବା ଟେଣ୍ଡର କେତେକ କ୍ଷେତ୍ରରେ ଅଧିକ ଟଙ୍କାର ଟେଣ୍ଡରକୁ ୫ ଲକ୍ଷରୁ କମ ଟଙ୍କାରେ ଭାଗ କରାଯାଇଥିଲା। ଏ ନେଇ କୌଣସି ବିଜ୍ଞାପନ ଦିଆଯାଇ ନ ଥିଲା। ବିଭାଗୀୟ ମନ୍ତ୍ରୀ ମଧ୍ୟ ଜଣାଇଥିଲେ ଯେ ଏହି ଘଟଣା ଜଣାପଡିବା ପରେ ପୂର୍ତ୍ତ ସଚିବଙ୍କୁ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ୨୦୧୯ ନଭେମ୍ବର ୨୦ ତାରିଖରେ ଘଟଣାର ତଦନ୍ତ କରାଯାଇଥିଲା। ମୁଖ୍ୟ ଯନ୍ତ୍ରୀ (ଡିପିଆଇ ଆଣ୍ଡ ରୋଡ୍‌ସ) ଏବଂ ପ୍ରଧାନ ଯନ୍ତ୍ରୀ ତାଙ୍କ ରିପୋର୍ଟରେ ଅଭିଯୋଗର ପ୍ରାଥମିକ ତଦନ୍ତ ପରେ ଘଟଣାରେ ସତ୍ୟତା ଥିବା ଜଣାଇଥିଲେ। ତଦନ୍ତ ରିପୋର୍ଟରେ ଯେ କେବଳ ରାସ୍ତା ନିର୍ମାଣ ଅର୍ଥ ହଡପ ହୋଇ ନ ଥିଲା ରାସ୍ତାର ମାନ ଅତ୍ୟନ୍ତ ନିମ୍ନମାନର ଥିଲା ବୋଲି ଜଣାପଡିଛି। ତେବେ ଅନିୟମିତତାରେ ସାମିଲ ଥିବା ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କୌଣସି ଆପରାଧିକ ମାମଲା ରୁଜୁ ହୋଇ ନାହିଁ। ଓଡିଶା ଲୋକାୟୁକ୍ତ ଆଇନର ସେକ୍ସନ-୨୦(୬) ଅନୁଯାୟୀ ଲୋକାୟୁକ୍ତ ଅଧ୍ୟକ୍ଷ ଏହି ଘଟଣାର ତଦନ୍ତ କରିବାକୁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ତଦନ୍ତ ୬ ମାସ ମଧ୍ୟରେ ଶେଷ କରି ଏ ସମ୍ପର୍କିତ ସମସ୍ତ କାଗଜପତ୍ର ସିଲ୍‌ କଭର ମଧ୍ୟରେ ଲୋକାୟୁୂକ୍ତଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri