Posted inଜାତୀୟ

ମାୟାବତୀଙ୍କ ନିର୍ଦ୍ଦେଶକୁ ପାଳିଲେ ନାହିଁ ବିଧାୟକ: କହିଲେ, ଟୁଇଟ୍‌ ଦେଖି ନ ଥିଲି

ବେଙ୍ଗାଲୁରୁ, ୨୪।୭: କୁମାରସ୍ବାମୀ ସରକାରଙ୍କ ଆସ୍ଥାଭୋଟ ବେଳେ ବିଧାନସଭାରେ ଅନୁପସ୍ଥିତ ରହିଥିବା ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଏକମାତ୍ର ବିଧାୟକ ଏନ୍‌. ମହେଶଙ୍କୁ ମଙ୍ଗଳବାର ରାତିରେ ନିଲମ୍ବନ କରାଯାଇଛି। ଆସ୍ଥାଭୋଟ ବେଳେ ଉପସ୍ଥିତ ରହି ସରକାରଙ୍କ ସପକ୍ଷରେ ମତଦାନ କରିବାକୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ରବିବାର ବିଧାୟକ ମହେଶଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ସେ ଦଳର ହାଇକମାଣ୍ଡଙ୍କ ନିର୍ଦ୍ଦେଶକୁ ଅବଜ୍ଞା କରିଥିବାରୁ ତାଙ୍କୁ ତତ୍କାଳ ନିଲମ୍ବନ କରାଯାଇଛି ବୋଲି ମାୟବତୀ ଟୁଇଟ୍‌ କରିଛନ୍ତି। ଦଳରୁ ନିଲମ୍ବିତ ହେବାପରେ ଏନ୍‌. ମହେଶ କହିଛନ୍ତି, ମାୟାବତୀ ଟୁଇଟ୍‌ କରିଥିବାର ମୋତେ ଜଣା ନ ଥିଲା। ଦଳରୁ ମୋତେ କାହିଁକି ନିଲମ୍ବିତ କରାଯାଇଛି ତାହା ମଧ୍ୟ ମୁଁ ଜାଣିନାହିଁ। ମୋତେ ତ କେବଳ ଆସ୍ଥା ଭୋଟରୁ ଦୂରେଇ ରହିବାକୁ କୁହାଯାଇଥିଲା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୮ ବିଧାନସଭା ନିର୍ବାଚନରେ ଜେଡିଏସ୍‌ ସହ ବିଏସ୍‌ପି ମେଣ୍ଟ କରି ଲଢ଼ିଥିଲା। କେବଳ ମହେଶ ଜିତିଥିବାବେଳେ କ୍ୟାବିନେଟରେ ତାଙ୍କୁ ଶିକ୍ଷାମନ୍ତ୍ରୀ କରାଯାଇଥଲା। ୨୦୧୮ ଅକ୍ଟୋବରରେ ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିଲେ ହେଁ ମେଣ୍ଟ ସରକାରକୁ ସମର୍ଥନ ଜାରି ରହିବ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri