ମିଛ କହିଲେ ହାଡ଼ ଦୁର୍ବଳ ହୁଏ

ଫରିଦାବାଦ୍‌: ଜଣେ ବ୍ୟକ୍ତି ଶାରୀରିକ ଭାବେ ସୁସ୍ଥ ରହିବା ଫଳରେ ଅନେକ ରୋଗଠାରୁ ଦୂରେଇ ରହିଥାଆନ୍ତି। ଫଳରେ ଶରୀରର ହାଡ଼ ମଜଭୁତ ହେବା ସହ ଫ୍ରାକ୍ଚର ହେବାର ସମ୍ଭାବନା ମଧ୍ୟ କମ୍‌ ଥାଏ। କିନ୍ତୁ ଏହାର ବିପରୀତରେ କାର୍ଯ୍ୟ କରିବା (ଯଥା-ଅଧିକାଂଶ ସମୟ ବସିରହିବା, ମିଛ କହିବା ଓ କୌଣସି କାର୍ଯ୍ୟ କରିବା ସମୟରେ ଆବଶ୍ୟକତାଠାରୁ ଅଧିକ ଶକ୍ତି ବ୍ୟବହାର କରିବା) ଦ୍ୱାରା ଏହାର ନକାରାତ୍ମକ ପ୍ରଭାବ ଶରୀର ଉପରେ ପଡ଼ିଥାଏ, ଯାହାର ପ୍ରଭାବ ଅସ୍ଥି ଉପରେ ମଧ୍ୟ ପଡ଼େ। ମଣିଷ ଶରୀରରେ ୩୦ ବର୍ଷ ପର୍ଯ୍ୟନ୍ତ ଅର୍ଥାତ୍‌ ଯୁବାବସ୍ଥାରେ ଅସ୍ଥି ନିର୍ମାଣ ଜାରି ରହିଥାଏ। ଏହାପରେ ଧୀରେଧୀରେ ଶରୀରର ଓଜନ କମିବା ସହ ହାଡ଼ ମଧ୍ୟ ଦୁର୍ବଳ ହେବା ଆରମ୍ଭ ହୁଏ। ୫୦ରୁ ଊର୍ଦ୍ଧ୍ୱ ବୟସ୍କଙ୍କ କ୍ଷେତ୍ରରେ ଅଷ୍ଟ୍ରିଓପେରୋସିସ୍‌ ହେବାର ଆଶଙ୍କା ଅଧିକ ରହିଥାଏ। ଏହି ରୋଗରେ ଅସ୍ଥିରେ ଛିଦ୍ର ହେବା ସହ ଏହାର ଘନତ୍ୱ ଓ ଗୁଣବତ୍ତା ବିଗିଡ଼ି ଯାଏ। ବୟସ ବଢ଼ିବା ସାଙ୍ଗକୁ ଅଷ୍ଟ୍ରିଓପେରୋସିସ୍‌ ହେବାର ଆଶଙ୍କା ବଢ଼େ ଓ ହାଡ଼ ଫ୍ରାକ୍ଚର ହେବାର ସମ୍ଭବନା ବୃଦ୍ଧି ପାଏ। ତେବେ ପୁରୁଷଙ୍କ ତୁଳନାରେ ମହିଳାମାନେ ୪ଗୁଣ ଅଧିକ ମାତ୍ରାରେ ଅଷ୍ଟ୍ରିଓପେରୋସିସ୍‌ର ଶିକାର ହୋଇଥାନ୍ତି ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ଫରିଦାବାଦ୍‌ସ୍ଥିତ ଫରଟିସ୍‌ ଏସକଟ୍ସର ଆଡିସିନାଲ ଡିରେକ୍ଟର ଅଫ୍‌ ଅର୍ଥୋପେଡିକ୍ସ ଆଣ୍ଡ ଜଏଣ୍ଟ ରିପ୍ଲେସମେଣ୍ଟ ଡା. ହରିଶ ଘୁଟା କୁହନ୍ତି, ଜଣେ ବ୍ୟକ୍ତିଙ୍କ ଶରୀରରେ ବୋନ୍‌ ଫ୍ରାକ୍ଚର ହେବା ତାଙ୍କ ପରିବେଶ, ପୋଷଣ ଓ ଜିନ୍‌ ଉପରେ ନିର୍ଭର କରେ। ଏଥିସହ ଆଉ ଏକ ଷ୍ଟଡିରୁ ଜଣାପଡ଼ିଛି, ଯେବେ ଜଣେ ବ୍ୟକ୍ତି କୌଣସି ପରିସ୍ଥିତିର ମୁକାବିଲା କରିବାରେ ଅସମର୍ଥ ହୋଇଥାଏ, ସେତେବେଳେ ମାନସିକ ଚାପ ବଢ଼ିବା ସଙ୍ଗେ ସଙ୍ଗେ ମନରୁ ସକାରାତ୍ମକ ଚିନ୍ତାଧାରା ଦୂରେଇଯାଏ, ଏବଂ ଏହାର ପ୍ରଭାବରେ ଶରୀରର ଅସ୍ଥି ଦୁର୍ବଳ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri