Posted inଖେଳ

ମିଡ୍‌ଲସେକ୍ସ ଦଳକୁ ରେକର୍ଡ ବିଜୟ ଦେଲେ ମୋର୍ଗାନ

ନ୍ୟୁୟର୍କ,୩୧।୮: ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ଚମତ୍କାର ଫର୍ମ ଜାରି ରଖିଛନ୍ତି। ତାଙ୍କର ବିସ୍ଫୋରକ ୮୩ ରନ୍‌ର ଇନିଂସ ଯୋଗୁ ମିଡ୍‌ଲସେକ୍ସ ରେକର୍ଡ ରନ୍‌ର ପିଛା କରି ସମରସେଟ୍‌ ହରାଇଛି। ପ୍ରଥମେ ବ୍ୟାଟିଂ କରି ସମରସେଟ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୨୨୬ ରନ୍‌ କରିଥିଲା। ଦଳ ପାଇଁ ଅଧିନାୟକ ଟମ ଆବେଲ ୪୭ ବଲରୁ ୧୦୧ ରନ୍‌ର ବିସ୍ଫୋଟକ ଇନିଂସ ଖେଳିଥିଲେ। ତାଙ୍କର ଏହି ଇନିଂସରେ ୧୩ ଚୌକା ଓ ୩ ଛକା ସାମିଲ ଥିଲା। ତାଙ୍କ ବ୍ୟତୀତ ଓପନର ଟମ ବାଣ୍ଟନ ୬୨ ଓ ଇଡଡ୍ବାର୍ଡ ବିରମ ୨୦ ବଲରୁ ୪୪ ରନ୍‌ କରିଥିଲେ। ବିଶାଳ ବିଜୟଲକ୍ଷ୍ୟର ପିଛା କରୁଥିବା ମିଡ୍‌ଲସେକ୍ସ ୧୦.୨ ଓଭରରେ ୧୨୮ ରନ୍‌ ମଧ୍ୟରେ ଡେଭିଡ ମଲାନ(୪୧), ପଲ ଷ୍ଟ୍ରଲିଂ(୨୫), ମହମ୍ମଦ ହାଫିଜ (୧୮) ଓ ଏବି ଡି’ଭିଲର୍ସ (୩୨) ଆଉଟ୍‌ ହୋଇସାରିଥିଲେ। ଏହାପରେ ମୋର୍ଗାନ ମାତ୍ର ୨୯ ବଲରୁ ୮ ଛକା ଓ ୫ ଚୌକା ସହାୟତାରେ ୮୩ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ଜର୍ଜ ସ୍କଟଙ୍କ ସହ ମୋର୍ଗାନ ୪୦ ବଲରେ ୯୯ ରନ୍‌ର ଭାଗୀଦାରି କରି ଦଳକୁ ୧୭ ଓଭରରେ ମ୍ୟାଚ୍‌ ଜିତାଇ ଦେଇଥିଲେ। ଏହି ଅବସରରେ ମିଡ୍‌ଲସେକ୍ସ ଟି୨୦ ବ୍ଲାଷ୍ଟ ଟୁର୍ନାମେଣ୍ଟରେ ସବୁଠୁ ଅଧିକ ରନ୍‌ ପିଛା କରି ବିଜୟ ହାସଲ କରିବାର ଅଧିକାରୀ ହୋଇଛି। ଏଥିପୂର୍ବରୁ ସସଏକ୍ସ ୨୦୧୪ରେ ୨୨୬ ରନ୍‌ର ଟାର୍ଗେଟ ପିଛା କରି ମ୍ୟାଚ୍‌ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri