ମିଧାନୀରୁ ୧୦% ଅଂଶଧନ ବିକ୍ରି ଯୋଜନା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଉ ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ଅଂଶଧନ ବିକ୍ରି କରିବାକୁ ଯୋଜନା ରଖିଛନ୍ତି। ପ୍ରତିରକ୍ଷା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମିଶ୍ର ଧାତୁ ନିଗମ ଲିମିଟେଡ(ମିଧାନୀ)ରୁ ୧୦% ଅଂଶଧନ ସରକାର ବିକ୍ରି କରିପାରନ୍ତି। ଏ ନେଇ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ପିଟିଆଇକୁ ସୂଚନା ଦେଇଛନ୍ତି। ୨୦୧୮ ଏପ୍ରିଲରେ ଏହି କମ୍ପାନୀକୁ ଶେୟାର ବଜାରରେ ସୂଚୀଭୁକ୍ତ କରାଯାଇଥିଲା। ଏଥିରେ ୨୬% ଅଂଶଧନ ବିକ୍ରି ଲାଗି ସରକାର ଏକ ଇନିସିଆଲ ପବ୍ଲିକ ଅଫରିଂ(ଆଇପିଓ) ଆଣିଥିଲେ। ଏଥିରୁ ୪୩୮ କୋଟି ଟଙ୍କା ସଂଗ୍ରହ କରାଯାଇଥିଲା। ବିଗତ ଦିନଗୁଡିକରେ ପ୍ରତିରକ୍ଷା କ୍ଷେତ୍ରରେ ସରକାର ଅଟୋମେଟିକ ରୁଟ୍‌ ବା ପ୍ରତ୍ୟକ୍ଷ ଭାବେ ୭୪% ଏଫ୍‌ଡିଆଇକୁ ମଞ୍ଜୁରୀ ଦେଇଛନ୍ତି। ଏଭଳି ସ୍ଥିତିରେ ମିଧାନୀର ଶେୟାର ନିବେଶକଙ୍କୁ ସୁହାଇବ ବୋଲି ଅଧିକାରୀ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ମିଧାନୀ ସ୍ବତନ୍ତ୍ର ଷ୍ଟିଲ୍‌ ପ୍ରସ୍ତୁତ କରୁଛି। ପ୍ରତିରକ୍ଷା, ଆଣବିକ ଏବଂ ମହାକାଶ ଗବେଷଣା ଭଳି କ୍ଷେତ୍ରରେ ଏହା ବ୍ୟବହାର ହେଉଛି। ଉକ୍ତ କମ୍ପାନୀରୁ ଆଉ ୧୦% ଅଂଶଧନ ବିକ୍ରି କରିବା ନେଇ ସରକାର ଯୋଜନା ରଖିଛନ୍ତି। ଚଳିତ ସପ୍ତାହରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ସେନସେକ୍ସରେ ଏହି କମ୍ପାନୀର ଶେୟାର ମୂଲ୍ୟ ୧୯୩.୫୦ ଟଙ୍କାରେ ବନ୍ଦ ହୋଇଥିବା ନଜରକୁ ଆସିଥିଲା। ଏହି ମୂଲ୍ୟରେ ସରକାର ଯଦି ଆଉ ୧୦% ଅଂଶଧନ ବିକ୍ରି କରନ୍ତି ତେବେ ୩୬୦ କୋଟି ଟଙ୍କା ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri