ମିନିବସ୍‌ ଓଲଟି ଜଣେ ମୃତ, ୭ ଗୁରୁତର

କବିସୂର୍ଯ୍ୟନଗର,୧୨।୬-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବଗାଁସ୍ଥିତ ଜେମାଦେଇ ମନ୍ଦିର ନିକଟରେ ବୁଧବାର ଏକ ଯାତ୍ରୀବାହୀ ମିନବସ ଓଲଟି ପଡିଛି। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ପୋଲସରା ଥାନା ପଙ୍କଳବାଡ଼ିର ହରପ୍ରସାଦ ପୋଲାଇ (୨୩)। ପୋଲସରାର ଭାସ୍କର ସାହୁ, ସବିତା ସାହୁ, ଗୋପାଳ ଡାକୁଆ, ଦୂତୀ ଗୌଡ଼, ବଡ଼ଆଗୁଳର ମଙ୍ଗୁଳୁ ସ୍ବାଇଁ, ଆଠଗଡ଼ର ଅରୁଣ ସାହୁ ଓ କଣ୍ଡକ୍ଟର ଆସିକା କଲେଜ ଛକର ପ୍ରଦୀପ କୁମାର ପ୍ରଧାନଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ପ୍ରକାଶ ଯେ, ଯାତ୍ରୀବାହୀ ମିନିବସ ମଧ୍ୟାହ୍ନରେ ପୋଲସରାରୁ କବିସୂର୍ଯ୍ୟନଗର ଆସୁଥିଲା। ଜେମାଦେଇପୁର ମନ୍ଦିର ନିକଟ ବୁଲାଣିରେ ଚାଳକ ଭାରସାମ୍ୟ ହରାଇବାରୁ ବସ୍‌ଟି ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ହରପ୍ରସାଦଙ୍କ ମୃତ୍ୟୁ ଘଟିଥିଲା। ଆଇଆଇସି ତପନ କୁମାର ପତି ପହଞ୍ଚତ୍ ଗାଡ଼ି ଓ ମୃତଦେହ ଜବତ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ଆସିକା ମେଡିକାଲ ପଠାଯାଇଛି। ଚାଳକ ଫେରାର ଥିବାବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri