ମିନିମମ୍‌ ବାଲାନ୍ସ ନିୟମ ବାଦ୍‌ ଦେଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୨ା୩: ଦେଶର ପ୍ରମୁଖ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଏହାର ମିନିମମ୍‌ ବାଲାନ୍ସ ନିୟମକୁ ବୁଧବାର ବାଦ ଦିଆଯାଇଛି। ଏହା ଫଳରେ ଏସ୍‌ବିଆଇରେ ଆକାଉଣ୍ଟ ଥିବା ଗ୍ରାହକଙ୍କ ଖାତାରେ ମିନିମମ୍‌ ଧାର୍ଯ୍ୟ ବାଲାନ୍ସ ନ ରଖିଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଏହାବାଦ ବ୍ୟାଙ୍କ ସଞ୍ଚୟ ଖାତା ଉପରେ ସୁଧହାରକୁ ୩%କୁ କମାଇ ଦେଇଛି। ଫଳରେ ୪୪.୫୧ କୋଟି ଗ୍ରାହକ ଏହା ଦ୍ୱାରା ପ୍ରଭାବିତ ହେବେ ବୋଲି ଜଣାପଡିଛି। ବ୍ୟାଙ୍କ ପକ୍ଷରୁ ଏସ୍‌ଏମ୍‌ଏସ୍‌ ଚାର୍ଜ ଛାଡ କରାଯାଇଛି। ଏହା ଦ୍ୱାରା ଗ୍ରାହକ ବେଶି ଆଶ୍ୱସ୍ତ ହେବେ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।ବର୍ତ୍ତମାନ ଏସ୍‌ବିଆଇ ଏହାର ସେଭିଂ ଆକାଉଣ୍ଟଧାରୀଙ୍କୁ ୩.୨୫% ହାରରେ ସୁଧ ଦେଉଛି। ଏହା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ ଉପରେ ଲାଗୁ ହେଉଛି। ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ ସଞ୍ଚୟ ଉପରେ ୩% ସୁଧହାର ରହିଛି। ସମସ୍ତ ସଞ୍ଚୟ ଖାତା ଉପରେ ହାରାହାରି ମାସିକ ବାଲାନ୍ସ ନିୟମକୁ ଉଠାଇ ଦେବାକୁ ବ୍ୟାଙ୍କ ନିଷ୍ପତ୍ତି ନେଇଛି। ଏହା ଦ୍ୱାରା ୪୪.୫୧ କୋଟି ଗ୍ରାହକ ଲାଭବାନ ହେବେ। ମାସିକ ହାରାହାରି ବାଲାନ୍ସ ନିୟମ ମୁତାବକ ମେଟ୍ରୋ ଅର୍ଦ୍ଧ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ ଲାଗି ବାଲାନ୍ସ ରଖିବା ସୀମା ଯଥାକ୍ରମେ ୩,୦୦୦ଟଙ୍କା, ୨୦୦୦ ଟଙ୍କା ଏବଂ ୧୦୦୦ ଟଙ୍କା ରହିଛି। ମିନିମମ୍‌ ବାଲାନ୍ସ ନ ରଖିବା ଉପରେ ବ୍ୟାଙ୍କ ପକ୍ଷରୁ ୫ରୁ ୧୫ ଟଙ୍କା ପର୍ଯ୍ୟନ୍ତ ଜରିମାନା ଏବଂ ଟିକସ ଲାଗୁ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦...

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri