ମିଲେଟ୍‌ ପାଇଁ ସଫଳ ଉଦ୍ୟୋଗୀ

ଭୁବନେଶ୍ୱର, ୬।୨ (ବ୍ୟୁରୋ):ରାଜ୍ୟରେ ମିଶନ ଶକ୍ତି ଅଧୀନରେ ଅନେକ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସରକାରୀ ପ୍ରୋତ୍ସାହନରେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ(ଏସ୍‌ଏମ୍‌ଇ)ରେ ପରିଣତ ହେଉଛନ୍ତି। ଏହାର ଉଦାହରଣ ପାଲଟିଛି ଭୁବନେଶ୍ୱର ମହାନଗର ନିଗମ ୩୭ ନମ୍ବର ୱାର୍ଡ ଅନ୍ତର୍ଗତ ନୟାପଲ୍ଲୀ ବେହେରା ସାହିର ସ୍ବୟଂ ଶ୍ରଦ୍ଧା ମହିଳା ମହାସଂଘ। ଏହି ଏସ୍‌ଏଚ୍‌ଜିର ୧୮ଜଣ ସଦସ୍ୟା ପ୍ରଥମେ ନିଜ ଉଦ୍ୟମରେ ଘରୋଇ ଭାବେ ପିଠା ଓ ଅନ୍ୟାନ୍ୟ ହାତ ତିଆରି ସାମଗ୍ରୀ ପ୍ରସ୍ତୁତ କରି ବିକ୍ରି କରୁଥିଲେ। ମିଲେଟ୍‌ର ଚାହିଦାକୁ ଦେଖି ସେମାନେ ୨ବର୍ଷ ହେବ ବିଭିନ୍ନ ଛୋଟ ଛୋଟ କାର୍ଯ୍ୟକ୍ରମ ଏବଂ ଉତ୍ସବରେ ମିଲେଟ୍‌ରୁ ପ୍ରସ୍ତୁତ ପିଠା, ଲଡ଼ୁ ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇ ଜୀବିକା ଅର୍ଜନ କରୁଥିଲେ। ତେବେ ହକି ବିଶ୍ୱକପ୍‌ ସେମାନଙ୍କୁ ସୁଯୋଗ ଦେଇଥିଲା। ହକି ପାଇଁ କଳିଙ୍ଗ ଷ୍ଟାଡିୟମ୍‌ ଭିତରେ ଓଡ଼ିଶା ମିଲେଟ୍‌ ମିଶନ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଖୋଲାଯାଇଥିବା ମିଲେଟ ଶକ୍ତି କାଫେରେ ବିକ୍ରୟ ଓ ପରିଚାଳନା ନିମନ୍ତେ ସେମାନେ କାର୍ଯ୍ୟାଦେଶ ପାଇଲେ। ଜାନୁୟାରୀ ୧୨ରେ ଏହି କାଫେକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। ମ୍ୟାଚ ସମୟରେ ସେମାନେ ୨୫ରୁ ୩୦ ହଜାର ଟଙ୍କା ବ୍ୟବସାୟ କରୁଥିବାବେଳେ ମ୍ୟାଚ୍‌ ନ ଥିବା ଦିନରେ ୧୦ରୁ ୧୫ ହଜାର ଟଙ୍କାର ବିକ୍ରିବଟା ହୋଇଥିଲା। ଏଥିସହ କମିଶନରେଟ୍‌ ପୋଲିସ ଓ ବିଏମ୍‌ସି କର୍ପୋରେଟରଙ୍କ କାର୍ଯ୍ୟକ୍ରମ ନିମନ୍ତେ ଜଳଖିଆ ପ୍ୟାକେଟ ପ୍ରଦାନ କରି ୫୦ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟବସାୟ କରିଥିଲେ। ମାତ୍ର ୧୫ଦିନରେ ୪ ଲକ୍ଷ ଟଙ୍କାର ବ୍ୟବସାୟ ହୋଇଥିଲା। ଆଗାମୀ ଦିନରେ ସେମାନେ ଅନ୍‌ଲାଇନ୍‌ରେ ବ୍ୟବସାୟକୁ ସଂପ୍ରସାରିତ କରିବାର ଲକ୍ଷ୍ୟ ରଖିଛନ୍ତି। ମିଶନ ଶକ୍ତି ଏସ୍‌ଏଚ୍‌ଜିଙ୍କ ନିମନ୍ତେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଘୋଷଣା ପରେ ମହାସଂଘଗୁଡିକ ଏପରି ଆଗକୁ ବଢିବାକୁ ସୁଯୋଗ ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri