ମିଳିତ ଅଭିଯୋଗ ଶୁଣାଣିରେ ଅବ୍ୟବସ୍ଥା

ଛତ୍ରପୁର,୩ା୩(ଡି.ଏନ.ଏ.)

ମାସର ପ୍ରଥମ ସୋମବାର ଛତ୍ରପୁରଠାରେ ଜିଲାପାଳ ଓ ଗଞ୍ଜାମ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି ା କେବଳ ଛତ୍ରପୁର ସବଡିଭିଜନ ନୁହେଁ ଜିଲାର ସମସ୍ତ ଅଞ୍ଚଳରୁ ଲୋକେ ଏହି ଶିବିରକୁ ଆସି ନିଜ ନିଜ ସମସ୍ୟା ଜଣାଇଥାନ୍ତି। ଡିଆରଡିଏର ପୁରାତନ ସମ୍ମିଳନୀ ଗୃହ ଉନ୍ନତୀକରଣ କରାଯାଇ ଗତ ୨ ଥର ହେଲା ସେଠାରେ ଅଭିଯୋଗ ଶୁଣାଣି ଶିବିର ହେଉଛି ା ତେବେ ପୂର୍ବଭଳି ଏଠାକୁ ଆସୁଥିବା ଲୋକଙ୍କୁ ଡିଆରଡିଏ ସମ୍ମିଳନୀ ଗୃହରେ ବସିବାକୁ ଦିଆଯାଉନି। ଫଳରେ ସୋମବାର ଅଭିଯୋଗ ଶୁଣାଣିକୁ ଆସିଥିବା ଲୋକେ ବାହାରେ ଖରାରେ ଦୀର୍ଘ ସମୟ ଧରି ଧାଡ଼ିରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା ା ପରେ ଡିଆରଡିଏର ସମ୍ମିଳନୀ ଗୃହକୁ ଶତାଧିକ ଲୋକେ ପ୍ରବେଶ କରିଥିଲେ ା ନିଜ ନିଜ ଅଭିଯୋଗପତ୍ର ଓ ସ୍ମାରକପତ୍ର ଦେବାକୁ ସେମାନଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା ା ପରେ ପୋଲିସ ପହଞ୍ଚି ଲୋକଙ୍କୁ ଧାଡିରେ ଭିତରକୁ ଛାଡିଥିଲା। ଭିତରେ ମଧ୍ୟ ସେଭଳି ଠେଲାପେଲା ହୋଇଥିବା ଦେଖାଯାଇଥିଲା। ଅନ୍ୟପକ୍ଷରେ ଜିଲାପାଳ ଏକ ସରକାରୀ ବୈଠକରେ ଯୋଗଦେବାକୁ ଭୁବନେଶ୍ୱର ଯାଇଥିବାବେଳେ ଏସ୍‌ପି ଅନ୍ୟ କାମରେ ବ୍ୟସ୍ତ ଥିବାରୁ ଅଭିଯୋଗ ଶୁଣାଣିରେ ଅନୁପସ୍ଥିତ ରହିଥିଲେ ା ତେଣୁ ଅତିରିକ୍ତ ଜିଲାପାଳ, ଛତ୍ରପୁର ଉପଜିଲାପାଳ ଅଭିଯୋଗ ଶୁଣାଣି କରିଥିଲେ ା ଶିବିରକୁ ମୋଟ ୨୨୦ ଅଭିଯୋଗ ଆସିଥିଲା ା ସେଥିମଧ୍ୟରେ ୨୦୮ଟି ବ୍ୟକ୍ତିଗତ ଓ ୧୨ ସାମୂହିକ ଅଭିଯୋଗ ଥିଲା। ସେଥିମଧ୍ୟରୁ ମାତ୍ର ୨୩ଟିର ତୁରନ୍ତ ସମାଧାନ ହୋଇଛି। ଅନ୍ୟ ଅଭିଯୋଗଗୁଡିକ ଉପରେ ପଦକ୍ଷେପ ନେବାକୁ ବିଭିନ୍ନ ବିଭାଗୀୟ ଅଧିକାରୀ, ବିଡିଓ, ତହସିଲଦାର ଓ ଗଞ୍ଜାମ ଏସ୍‌ପିଙ୍କୁ ପଠାଯିବ ବୋଲି ଜଣାପଡିଛିା ଶିବିରରେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ୨ ଜଣଙ୍କୁ ୨୫ ହଜାର ଟଙ୍କା ଏବଂ ରେଡକ୍ରସ୍‌ରୁ ୩ ଜଣଙ୍କୁ ୧୮ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?