ମିଳିଲା କରୋନାଭାଇରସ ଠିକ୍‌ ହେବାର ଚିକିତ୍ସା ପଦ୍ଧତି !

ବେଜିଂ,୧୫।୨: ଚାଇନାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ୧,୫୨୩ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୬୬,୪୯୨ରେ। ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରକାର ଖବର ସାମ୍ନାକୁ ଆସୁଛି। କରୋନାଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଯାଇଥିବା ବେଳେ ଏବେ ଚାଇନାର ସି ଜିନପିଙ୍ଗ ସରକାର ଏହାକୁ ନେଇ ସବୁଠି ନିନ୍ଦାର ପାତ୍ର ପାଲଟିଗଲେଣି। ଇତିମଧ୍ୟରେ ଏବେ ଏମିତି ଖବର ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଖବର ଆସିଛି କି କରୋନାଭାଇରସ ଠିକ୍‌ କରିବାକୁ ଚାଇନା ସଠିକ୍‌ ଚିକିତ୍ସା ପଦ୍ଧତି ପାଇ ଯାଇଛି। ଦାବି କରାଯାଉଛି କି ଗତବର୍ଷ ଡିସେମ୍ବର ପ୍ରଥମ ସପ୍ତାହରେ ଚାଇନାରେ ଏହି କରୋନାଭାଇରସ ଦେଖାଦେଇଥିବା ବେଳେ ପ୍ରାୟ ଅଢେଇମାସ ପରେ ଏବେ ଚାଇନା ଏହାର ଚିକିତ୍ସା ପଦ୍ଧତି ପାଇଯାଇଛି। ଚାଇନା ଦାବି କରିଛି କି କରୋନାଭାଇରସରେ ସଂକ୍ରମିତ ରୋଗୀ ଯେଉଁମାନେ ସୁସ୍ଥ ହୋଇଯାଉଛନ୍ତି ସେମାନଙ୍କ ଜରିଆରେ ଅନ୍ୟ ସଂକ୍ରମିତଙ୍କୁ ଚିକିତ୍ସା କରାଯାଇ ପାରିବ। ଚାଇନା ଡେଲିରେ ଏହି ରିପୋର୍ଟ ପ୍ରକାଶ ପାଇବା ପରେ ଏବେ ପୁଣିଥରେ ଚାଇନାର କାର୍ଯ୍ୟକଳାପକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବ୍ଲଡ ପ୍ଲାଜମା ଜରିଆରେ ଏହାର ଚିକିତ୍ସା କରାଯିବ ବୋଲି କହିଛି ଚାଇନା। ଏହି ବ୍ଲଡ ପ୍ଲାଜମା ଟ୍ରିଟମେଣ୍ଟ ଉହାନର ୧୦ଜଣ କରୋନାଭାଇରସ ସଂକ୍ରମିତଙ୍କ ପାଖରେ କରାଯାଇଥିବା ବେଳେ ଏମାନେ ସୁସ୍ଥ ହୋଇଥିବା କୁହାଯାଉଛି। ସେମାନଙ୍କ କହିବା କଥା ହେଲା ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ଶରୀରରେ ହାଇ ଆଣ୍ଟିବଡି ଥିବାରୁ ଏହା ସଂକ୍ରମିତଙ୍କୁ ଠିକ୍‌ କରିଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri