ମିଳିଲାନି ଆମ୍ବୁଲାନ୍ସ, ଚାଲିଗଲା ନାବାଳିକାଙ୍କ ଜୀବନ

ଘସିପୁରା, ୧୮।୧୨ (ଡି.ଏନ.ଏ.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଆମ୍ବୁଲାନ୍ସ ନ ଆସିବାରୁ ମଙ୍ଗଳବାର ଜଣେ ଗରିବ ଆଦିବାସୀ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତ ନାବାଳିକା ଜଣକ ହେଲେ ଘସିପୁରା ଥାନା ରେକୁଟିଆ ଗ୍ରାମର ଇନ୍ଦ୍ରମଣୀ ଦେହୁରୀଙ୍କ ଝିଅ ରଚନା ଦେହୁରୀ (୧୧)। ନାବାଳିକା ଜଣଙ୍କ ବାତ ରୋଗରେ ଆକ୍ରାନ୍ତ ହୋଇ ଉପଖଣ୍ଡ ଡାକ୍ତରଖାନାର ମାତୃଶିଶୁ ବିଭାଗରେ ଭର୍ତ୍ତି ହୋଇଥିଲେ। ତେବେ କଟକ ସ୍ଥାନାନ୍ତର ପାଇଁ ତାଙ୍କୁ ଡାକ୍ତର ପରାମର୍ଶ ଦେଇଥିଲେ। ମାତ୍ର ଆମ୍ବୁଲାନ୍ସକୁ ଫୋନ କରି ପ୍ରାୟ ତିନି ଘଣ୍ଟା ଅପେକ୍ଷା କରିଥିଲେ ମଧ୍ୟ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ନାବାଳିକା ଜଣକ ଜୀବନ ହାରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନାନୁଯାୟୀ, ଇନ୍ଦ୍ରମଣୀ ନିଜ ଝିଅ ରଚନାକୁ ବାତ ମାରିବାରୁ ସକାଳୁ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସ୍ବତନ୍ତ୍ର ମାତୃ ଶିଶୁ ବିଭାଗରେ ରଚନାଙ୍କୁ ଶିଶୁ ବିଶେଷଜ୍ଞ ଜଣେ ଡାକ୍ତର ଚିକିତ୍ସା କରିଥିଲେ। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ରଚନାଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର ପାଇଁ ଲେଖିଥିଲେ। ଏହାପରେ ସକାଳ ପ୍ରାୟ ୯ଟା ସମୟରେ ଚାରି ଥର ୧୦୮ ଓ ୧୦୨ ଆମ୍ବୁଲାନ୍ସକୁ ଫୋନ ଯୋଗେ ଯୋଗାଯୋଗ କରାଇଯାଇଥିଲା। କିନ୍ତୁ ଦୀର୍ଘ ତିନି ଘଣ୍ଟାର ଅପେକ୍ଷା ସତ୍ତ୍ୱେ ଆମ୍ବୁଲାନ୍ସ ଆସି ନଥିଲା। ଇନ୍ଦ୍ରମଣୀ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ଅର୍ଥ ଅଭାବରୁ ଘରୋଇ ଆମ୍ବୁଲାନ୍ସ ଯୋଗେ ଝିଅକୁ କଟକ ସ୍ଥାନାନ୍ତର ତାଙ୍କ ପକ୍ଷେ ସମ୍ଭବ ହୋଇନଥିଲା। ଶେଷରେ ଯନ୍ତ୍ରଣାରେ ଛଟପଟ ହୋଇ ରଚନାଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri