ମିଳିଲାନି ଆଳୁ, ପିଆଜ

ତାଳଚେର,୨୬।୩(ନି.ପ୍ର.)- ଲକ୍‌ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ ହାଟରେ ଆଳୁ, ପିଆଜ ମିଳିନାହିଁ। ଫଳରେ ଏହି ହାଟ ଉପରେ ନିର୍ଭରଶୀଳ ବହୁ ପଞ୍ଚାୟତବାସୀ, ପରଜଙ୍ଗ ଓ ବଅଁରପାଳ ଅଞ୍ଚଳର ଅନେକ ଗଁା ଲୋକେ ନିରାଶରେ ଫେରି ଯାଇଥିବା ଅଭିଯୋଗ ହୋଇଛି। ପ୍ରତିଥର ଏହି ସାପ୍ତାହିକ ହାଟକୁ ୪/୫ ଟ୍ରକ୍‌ ଆଳୁ ଓ ୪ ଟ୍ରକ୍‌ ପିଆଜ ଆସିଥାଏ। କିନ୍ତୁ ସକାଳୁ କେତେଜଣ ପରିବା ବ୍ୟବସାୟୀ ଆସିଥିଲେ ବି ଆଳୁ କି ପିଆଜ ହାଟରେ ଉପଲବ୍ଧ ନ ଥିଲା। ଏହାର ସୁଯୋଗ ନେଇ କେତେକ ରାଶନ ଦୋକାନୀ ଆଳୁ, ପିଆଜର ମୂଲ୍ୟ ବଢ଼ାଇ ଦେଇଥିବାରୁ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଆର୍‌ଏମ୍‌ସି ସମ୍ପାଦକ ହରମୋହନ ପ୍ରଧାନ କହିଛନ୍ତି, ହଠାତ ଏଭଳି କାହିଁକି ହେଲା ତାହାର କାରଣ ଜଣାପଡୁ ନାହିଁ। ଜିଲା ପ୍ରଶାସନ ଓ ଯୋଗାଣ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି। ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ କହିଛନ୍ତି, ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?