ମିଳିଲାନି ଗାଡ଼ି ଆସିଲାନି ଆମ୍ବୁଲାନ୍ସ: ସାପ କାମୁଡାରେ ଜୀବନ ଗଲା

ପାଟଣା, ୨୮।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକର ଉପାନ୍ତ ଅଞ୍ଚଳ ଡାଳପକା ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ ଅଭାବନୀୟ ଘଟଣା କ୍ରମରେ ସାପ କମୁଡାରେ ଜଣେ ବିବାହିତା ମହିଳାଙ୍କର ରବିବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଉଛନ୍ତି ରାମଦାସ ମାଝୀଙ୍କ ସ୍ତ୍ରୀ ଶାନ୍ତିଲତା। ସୂଚନା ଅନୁଯାୟୀ ରବିବାର ଭୋରରେ ଶାନ୍ତିଲତା ଶୋଇଥିବା ବେଳେ ଏକ ଚିତି ସାପ ତାଙ୍କୁ କାମୁଡ଼ିଥିଲା। ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ ପାଇଁ କଲ କରିଥିଲେ ହେଁ ଆମ୍ବୁଲାନ୍ସ ଉପଲବ୍ଧ ନ ହେବାରୁ ଘରୋଇ ଗାଡି ମାଲିକଙ୍କ ଗାଡ଼ିରେ କରଞ୍ଜିଆ ନେବାକୁ ଅନୁରୋଧ କରିଥିଲେ। ଲକ୍‌ଡାଉନ୍‌ ସକାଶେ ଘରୋଇ ଗାଡି ରୋଗୀ ନେବାକୁ ରାଜି ହୋଇ ନ ଥିଲେ। ଫଳରେ ଶାନ୍ତିଲତା ଘଟଣା ସ୍ଥଳରେ ଛଟପଟ ହୋଇ ଜୀବନ ହାରିଥିଲେ। ଖବର ପାଇ ପାଟଣା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା (ନଂ.୨୧/୨୦) ରୁଜୁ କରି ସୋମବାର ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri