ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ: ଶେଷରେ ଆଖିବୁଜିଲେ ଯବାନ କୃଷ୍ଣଚନ୍ଦ୍ର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ। ଶେଷରେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ଶିକାର ହୋଇ କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକ ଆଖିବୁଜିଛନ୍ତି। ପୁଅର ଚିକିତ୍ସା ପାଇଁ ସର୍ବସ୍ବାନ୍ତ ହୋଇଯାଇଥିଲେ। ଏବେ ପୁଅକୁ ହରାଇ ପରିବାର ଲୋକେ ପୂରା ଭାଙ୍ଗି ପଡିଛନ୍ତି। କୃଷ୍ଣଚନ୍ଦ୍ରଙ୍କ ପ୍ରତି ହୋଇଥିବା ଅନ୍ୟାୟ ଓ ଅବହେଳା ନେଇ ଗୃହ ବିଭାଗ ଦେଇଥିବା ତଦନ୍ତ ଉପରେ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ବାପା ଗଙ୍ଗାଧର ମଲ୍ଲିକ ନାନା ପ୍ରଶ୍ନ ଉଠାଇଛନ୍ତି।
କୃଷ୍ଣଚନ୍ଦ୍ରଙ୍କ ଘର କେନ୍ଦୁଝର ଜିଲାରେ ହୋଇଥିବାବେଳେ ସେ ଓଏସ୍‌ଏପି ୨ୟ ବାଟାଲିୟନର ସିପାହି ହାବିଲଦାର ଏସ୍‌-୧୬୪ ଭାବେ ରାଉରକେଲା କାଲ୍‌ଟା ଫାଣ୍ଡିରେ କାର୍ଯ୍ୟ କରୁଥିଲେ। ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ଗତ ମାସ ୩ ତାରିଖରେ କୃଷ୍ଣଚନ୍ଦ୍ର ହଠାତ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆ ନ ଯାଇ ଚଞ୍ଚକତା କରି ଛୁଟି ଦରଖାସ୍ତରେ ତାଙ୍କ ଦସ୍ତଖତ ନିଆଯାଇଥିଲା। ବିଳମ୍ବ ଯୋଗୁ ସେ ବ୍ରେନ୍‌ଷ୍ଟ୍ରୋକ୍‌ରେ ଶିକାର ହୋଇ ଅଚେତ ହୋଇପଡିଥିବାବେଳେ ତାଙ୍କ ପକେଟରେ ଉକ୍ତ ଦରଖାସ୍ତକୁ ପୂରାଇ ଦିଆଯାଇଥିଲା। ୫ଘଣ୍ଟା ପରେ ତାଙ୍କୁ କେତେଜଣ ଯବାନ ଜିଲା ସ୍ବାସ୍ଥ୍ୟ କେନ୍ଦ୍ରରେ ଛାଡି ପଳାଇଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ କଟକ ବଡ଼ମେଡିକାଲ ଓ ପରେ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ବିଭାଗ ପକ୍ଷରୁ ତାଙ୍କୁ କୌଣସି ଆର୍ଥିକ କିମ୍ବା ଚିକିତ୍ସା ସହାୟତା ମିଳି ନ ଥିଲା। ଏପରି କି କୃଷ୍ଣଚନ୍ଦ୍ର ମେଡିକାଲରେ ଚିକିତ୍ସିତ ହେଉଥିଲେ ମଧ୍ୟ କୌଣସି ଅଧିକାରୀ ଆହା ପଦେ କହିବାକୁ ଆସି ନ ଥିଲେ। ପରିବାର ଲୋକେ ଧାର କରଜ ଓ କୁକୁଡ଼ା ବିକ୍ରି କରି ୧୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଅର୍ଥାଭାବରୁ ତାଙ୍କୁ ପୁଣି କଟକ ସ୍ଥାନାନ୍ତର କରିଥିଲେ। ଘଟଣା ସଂକ୍ରାନ୍ତରେ ବାପା ଗଙ୍ଗାଧର ଓ ଗ୍ରାମର କେତେଜଣ ଲୋକ ଗୃହବିଭାଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ ପାଇଁ ଗୃହ ବିଭାଗ ଗତ ୨୬ ତାରିଖରେ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ସରିଥିଲେ ମଧ୍ୟ ଜାଲ୍‌ ଦସ୍ତଖତ ନେଇଥିବା ଅଧିକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri