ମିଳୁନି ଆବଶ୍ୟକ କୋଇଲା:ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ ଆହୁରି ଅଧିକ ୟୁନିଟ୍‌ ବନ୍ଦ ହେବାର ଆଶଙ୍କା ଥିବାରୁ ଏହା ବିଭାଗୀୟ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥା ବଢ଼ାଇ ଦେଇଛି। ଏମ୍‌ସିଏଲ୍‌ର ତାଳଚେରସ୍ଥିତ ଜଗନ୍ନାଥ ଖୋଲା ମୁହଁ କୋଇଲା ଖଣି (ଓସିପି)ରୁ ଉପତ୍ାଦନ ହ୍ରାସ ଯୋଗୁ ଟିଟିପିଏସ୍‌ରେ କୋଇଲା ଅଭାବ ଦେଖାଦେଇଥିବା କୁହାଯାଉଛି। ୪୬୦ ମେଗାୱାଟ ବିଦ୍ୟୁତ୍‌ ଉତ୍ପାଦନ ବିଶିଷ୍ଟ ଟିଟିପିଏସ୍‌ରେ ୬ ଗୋଟି ୟୁନିଟ୍‌ ରହିଛି। ଏହା ଚାଲିବା ପାଇଁ ଦୈନିକ ୯ ହଜାର ମେଟ୍ରିକ ଟନ୍‌ କୋଇଲା ଆବଶ୍ୟକ। କିନ୍ତୁ ଏହି ପରିମାଣର କୋଇଲା ଯୋଗାଣ ହେଉ ନ ଥିବାରୁ ରବିବାରଠାରୁ ପ୍ଲାଣ୍ଟର ୧, ୩ ଓ ୫ ନମ୍ବର ୟୁନିଟ୍‌କୁ ବନ୍ଦ ରଖାଯାଇଛି। ଏଠାରୁ ଉତ୍ପାଦିତ ବିଦ୍ୟୁତ୍‌ର ସିଂହଭାଗ ଓଡ଼ିଶାକୁ ମିଳିଥାଏ। ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିରୁ ଦୈନିକ ୬ ହଜାର ମେଟ୍ରିକ ଟନ୍‌ କୋଇଲା ଟିଟିପିଏସ୍‌କୁ ଯୋଗାଣ ହୋଇଥାଏ। କିନ୍ତୁ ବର୍ତ୍ତମାନ ଜଗନ୍ନାଥ ଓସିପିରେ କୋଇଲା ଖନନ ନିମନ୍ତେ ଆବଶ୍ୟକୀୟ ଜାଗା ଉପଲବ୍ଧ ନ ଥିବାରୁ ଦୈନିକ ୩ ହଜାରରୁ ସାଢେ ୩ ହଜାର ମେଟ୍ରିକ ଟନ୍‌ କୋଇଲା ଉପତ୍ାଦନ ହେଉଛି।
ଗତ ଶୁକ୍ରବାର ୨୪ଶହ ଟନ୍‌ କୋଇଲା ଉପତ୍ାଦନ ହୋଇଥିଲା। ଷ୍ଟକ୍‌ ୟାର୍ଡରେ କୋଇଲା ନ ଥିବା ବେଳେ ଏବେ ଦିନକୁ ମାତ୍ର ଦୈନିକ ୩ ହଜାର ଟନ୍‌ କୋଇଲା ଟିଟିପିଏସ୍‌କୁ ଯୋଗାଣ ସମ୍ଭବ ହୋଇପାରୁଛି। ଜଗନ୍ନାଥ ଖଣି ପାଇଁ ରାକସ ଗ୍ରାମକୁ ଅଧିଗ୍ରହଣ କରାଯାଇ ସମସ୍ତ କ୍ଷତିପୂରଣ ପ୍ରଦାନ ସହ ନାତିଡ଼ିଠାରେ ଗ୍ରାମବାସୀଙ୍କୁ ଥଇଥାନ ବ୍ୟବସ୍ଥା କରାଯାଇଛି। କିନ୍ତୁ ଗ୍ରାମବାସୀ ନାଲି ପତାକା ମାରି ଜାଗା ଛାଡ଼ୁନାହାନ୍ତି। ଫଳରେ ଖଣି କାର୍ଯ୍ୟ ଆଗେଇପାରୁ ନାହିଁ। ଆବଶ୍ୟକ ପରିମାଣର କୋଇଲା ମିଳୁନାହିଁ ଏବଂ ଷ୍ଟକ୍‌ ୟାର୍ଡରେ କୋଇଲା କମ୍‌ ରହିଥିବାରୁ ୩ ଗୋଟି ୟୁନିଟ୍‌ ବନ୍ଦ କରାଯାଇଛି ବୋଲି ଟିଟିପିଏସ୍‌ର ଜୈନିକ ଅଧିକାରୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜଗନ୍ନାଥ କୋଇଲା ଖଣିର ପ୍ରକଳ୍ପ ଅଧିକାରୀ ଏସ.କେ. ଚୌଧୁରୀ କହିଛନ୍ତି, ଜମି ଅଭାବରୁ ଏବେ ଦିନକୁ ୩ ହଜାରରୁ ସାଢେ ୩ ହଜାର ମେଟ୍ରିକ୍‌ ଟନ୍‌ କୋଇଲା ଉତ୍ପାଦନ ହେଉଛି। ଏହାକୁ ଟିଟିପିଏସ୍‌କୁ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri