ମିଳୁନି ପୂର୍ବ ବର୍ଷର ବୀମାରାଶି: ଚାଷୀ କରିବେ ରାସ୍ତାରୋକୋ

ଆରଡ଼ି, ୧୧।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ପାଳସାହି ସମବାୟ ସମିତି ଅଧୀନ ଚାଷୀମାନଙ୍କୁ ପୂର୍ବବର୍ଷର ବୀମାରାଶି ଏଯାଏ ମିଳିନାହିଁ। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବାରମ୍ବାର ଏ ନେଇ ଆଲୋଚନା କରାଯାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଫଳରେ ବାଧ୍ୟହୋଇ ସେମାନେ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବେ ବୋଲି ଏହି ସମିତି ଅଧୀନରେ ଥିବା ପାଳସାହି ଓ ରଇପୁର ପଞ୍ଚାୟତର ଚାଷୀମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଏକ ଦାବିପତ୍ର ସେମାନେ ସୋମବାର ସମିତି ସମ୍ପାଦକଙ୍କୁ ପ୍ରଦାନ କରିଛନ୍ତି। ଆସନ୍ତା ୧୮ ତାରିଖ ସୁଦ୍ଧା ବୀମାରାଶି ପ୍ରଦାନ କରା ନ ଗଲେ ସେମାନେ ଆଇନ ହାତକୁ ନେବା ସହ ଆଖଣ୍ଡଳମଣି-ଭଦ୍ରକ ରାସ୍ତା ଅବରୋଧ କରିବେ ବୋଲି ଦାବିପତ୍ରରେ ଦର୍ଶାଯାଇଛି। ଦାବିପତ୍ର ପ୍ରଦାନ ବେଳେ ପାଳସାହିର ପୂର୍ବତନ ସରପଞ୍ଚ ସୁଶାନ୍ତ ନାୟକ, ସୁବୋଧ ଚନ୍ଦ୍ର ରାଉତ, ସଞ୍ଜୟ ସ୍ବାଇଁ, ହୃଦାନନ୍ଦ ଜେନା, ଯଶୋବନ୍ତ ବାରିକ, ଦିଲୀପ ପାଢ଼ୀ, ବିନୋଦ ମହାଳିକ, ସୁଶାନ୍ତ ଖଟୁଆ ପ୍ରମୁଖ ଶତାଧିକ ଚାଷୀ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଉକ୍ତ ସମବାୟ ସମିତି ସମ୍ପାଦକ ରଞ୍ଜନ କୁମାର ମାଝୀଙ୍କୁ ପଚାରିବାରୁ କହିଛନ୍ତି, ଆଇନ ଅନୁଯାୟୀ ସମସ୍ତଙ୍କୁ ବୀମାରାଶି ପ୍ରଦାନ କରାଯିବ। ଏବେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଚାଷୀମାନେ ବ୍ୟାଙ୍କ ଆଉ ସମବାୟ କେନ୍ଦ୍ରରେ ଥିବା ନିଜ ଆକାଉଣ୍ଟରେ ଆଧାର କାର୍ଡ ସଂଯୋଗ କଲେ ଏହି ବୀମାରାଶି ମିଳିବା ସହଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri