ମିଶନ ଇନ୍ଦ୍ରଧନୁଷ୍‌ ଟାସ୍କ ଫୋର୍ସ ବୈଠକ

ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ, ଏବଂ ଏଏନ୍‌ଏମ୍‌ମାନଙ୍କୁ ଡକାଇବାକୁ ପରାମର୍ଶ ଦେଇଥିଲେ। ଜି.ଉଦୟଗିରି ବ୍ଲକରୁ କୌଣସି ହିତାଧିକାରୀ ଚିହ୍ନଟ ହୋଇପାରି ନ ଥିବାରୁ ଜିଲାପାଳ କ୍ଷୋଭ ପ୍ରକାଶ କରିଥିଲେ। ଜିଲାସ୍ତରୀୟ ଅଧିକାରୀମାନେ ଜି.ଉଦୟଗିରି ବ୍ଲକର କିଛି ଗାଁକୁ ଯାଇ ଘରକୁ ଘର ବୁଲି ପଚାରି ବୁଝିବାକୁ ପରାମର୍ଶ ଦେଇଥିଲେ। ଉଭୟ ସଶକ୍ତ ମିଶନ ଇନ୍ଦ୍ରଧନୁଷ ସହିତ ମିଳିମିଳା ଓ ରୁବେଲା ପ୍ରତି ଧ୍ୟାନ ଦେବା ପାଇଁ ଗୋଷ୍ଠୀ ଜନସ୍ବାସ୍ଥ୍ୟ ଅଧିକାରୀମାନଙ୍କୁ କୁହାଯାଇଥିଲା ା ପ୍ରଥମ ପର୍ଯ୍ୟାୟରେ ୭୧୦ ଶିଶୁଙ୍କୁ ଟୀକାକରଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ୭୦୮ ଜଣଙ୍କୁ ଟିକାକରଣ କରାଯାଇଛି। ଜାନୁୟାରୀ ୬, ୭, ୯, ୧୦, ୧୩, ୧୪ ଓ ୧୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ କରାଯିବ। ରାଜ୍ୟ ମନିଟରିଂ ଅଧିକାରୀ ଡା. ସମ୍ବିତ ପ୍ରଧାନ ଓ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଡା. ନିହାର ରଞ୍ଜନ ରାୟ ପାୱାର ପଏଣ୍ଟ ମାଧ୍ୟମରେ ତଥ୍ୟ ପ୍ରଦାନ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାଜଶ୍ରୀ ପଟ୍ଟନାୟକ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡା. ପ୍ରସନ୍ନ ତ୍ରିପାଠୀ ଧନ୍ୟବାଦ ଦେଇଥିଲେ ା ବୈଠକରେ ଜାତୀୟ ସ୍ବାସ୍ଥ୍ୟ ମିଶନ୍‌ର ଜିଲା କାର୍ଯ୍ୟକ୍ରମ ପରିଚାଳକ ମନୋରଞ୍ଜନ ସାହୁ, ଭାରପ୍ରାପ୍ତ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଜ୍ୟୋତ୍ସ୍ନା ମହାନ୍ତିିଙ୍କ ସମେତ ଜିଲାର ସମସ୍ତ ଗୋଷ୍ଠୀ ଜନସ୍ବାସ୍ଥ୍ୟ ଅଧିକାରୀ, ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ଏବଂ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri