ମିଶନ ଶକ୍ତି ଗୃହ ନିର୍ମାଣରେ ବିଳମ୍ବ

ବାଲିଆ, ୧୭।୧:ବିରିଡି ବ୍ଲକ ଅଞ୍ଚଳରେ ୨୩୪ଟି ପ୍ରକଳ୍ପ ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ମାତ୍ର ବ୍ଲକ ପ୍ରଶାସନର ଆନ୍ତରିକତା ଅଭାବରୁ ଦେଢ଼ ବର୍ଷ ପରେ ବି କେତେକ ପ୍ରକଳ୍ପର ନିର୍ମାଣ ସରିପାରୁ ନ ଥିବା ବେଳେ ଅନ୍ୟ କେତେକର ନିର୍ମାଣ ଆରମ୍ଭ ହୋଇନି। ଏହି ଯୋଜନାରେ ୨୨ ମୌଜା ମଇନ୍ଦପୁର ଗ୍ରାମରେ ଶ୍ରୀମା ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଛି। କିନ୍ତୁ ବ୍ଲକ ପ୍ରଶାସନ ଏଥିରେ ବିଳମ୍ବ କରୁଥିବାରୁ ଗୁରୁବାର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାମାନେ ବିଡିଓଙ୍କୁ ଭେଟି ଅଭିଯୋଗ କରିଛନ୍ତି। ତୁରନ୍ତ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହେଲେ ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇବେ ବୋଲି ଏସ୍‌ଏଚ୍‌ଜି ସଭାପତି ଭାରତୀ ଦାସ କହିଛନ୍ତି।
ସଭାପତି ଦାସଙ୍କ କହିବା ଅନୁସାରେ, ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୨ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ସେତେବେଳେ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ସନ୍ତୋଷ କୁମାର ନନ୍ଦଙ୍କ ନାମରେ କାର୍ଯ୍ୟାଦେଶ ରହିଥିବା ବେଳେ ସେ ଗୃହ ପାଇଁ ଲେ-ଆଉଟ୍‌ ପ୍ରସ୍ତୁତ କରିଥିଲେ। ୨୦୧୮ ନଭେମ୍ବରରେ ତତ୍କାଳୀନ ତିର୍ତ୍ତୋଲ ବିଧାୟିକା ଡା. ରାଜଶ୍ରୀ ମଲ୍ଲିକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାପରେ ଯନ୍ତ୍ରୀଙ୍କ କହିବା ଅନୁସାରେ, ଗୋଷ୍ଠୀ ସଦସ୍ୟାମାନେ ନିଅଁ ଖୋଳା କାର୍ଯ୍ୟ ସାରିବା ସହ ଘର ନିର୍ମାଣ ପାଇଁ ଆବଶ୍ୟକ ଇଟା, ବାଲି, ଗୋଡ଼ି, ସିମେଣ୍ଟ, ରଡ୍‌ ଆଦି କ୍ରୟ କରି ମହଜୁଦ ରଖିଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ କନିଷ୍ଠ ଯନ୍ତ୍ରୀ ନନ୍ଦଙ୍କ ଦେହ ଅସୁସ୍ଥ ହେବା ଓ ୨୦୧୯ ସାଧାରଣ ନିର୍ବାଚନ ଯୋଗୁ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। ଏହାପରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ଗୋଷ୍ଠୀ ସଦସ୍ୟାମାନେ ବିଡିଓ ଓ ସମ୍ପୃକ୍ତ ଯନ୍ତ୍ରୀଙ୍କୁ ଜଣାଇଥିଲେ ବି ସେମାନେ ଜାଣିଶୁଣି ସମୟ ଗଡ଼ାଉଥିବା ସଭାପତି ଦାସ କହିଛନ୍ତି। ମାର୍ଚ୍ଚ ଶେଷ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିବା ବେଳେ ଅଦ୍ୟାବଧି କାର୍ଯ୍ୟାରମ୍ଭ ହୋଇ ନ ଥିବାରୁ ଏସ୍‌ଏଚ୍‌ଜି ସଦସ୍ୟାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ରାଜ୍ୟ ସରକାର ସବୁ କ୍ଷେତ୍ରରେ ମହିଳା ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଉଥିବା ବେଳେ ବ୍ଲକ ପ୍ରଶାସନର ମିଶନ ଶକ୍ତି ଗୃହ ନିର୍ମାଣରେ ଏଭଳି ଅବହେଳା ଓ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନ କରିବାକୁ ଚାହୁଁଥିବା ଶ୍ରୀମା ସ୍ବୟଂ ସହାୟକ ଗୋଷ୍ଠୀକୁ ଏଥିରୁ ବାଦ୍‌ ଦେବାକୁ ମସୁଧା ଚାଲିଥିବା ଏସ୍‌ଏଚ୍‌ଜିର ଅନ୍ୟ ସଦସ୍ୟାମାନେ ଅଭିଯୋଗ କରିଛନ୍ତି। ତେବେ ଆସନ୍ତା ୭ଦିନ ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ସହ ଏହାର ସମ୍ପାଦନା ଦାୟିତ୍ୱ ଗୋଷ୍ଠୀ ସଦସ୍ୟାଙ୍କୁ ଦିଆ ନ ଗଲେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅଭିଯୋଗ କରିବେ ବୋଲି କହିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ବିଡିଓ ଜୀବନଚନ୍ଦ୍ର ମଲିକଙ୍କୁ ପଚାରିବାରେ ଖୁବ୍‌ଶୀଘ୍ର ଶ୍ରୀମା ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି କହିଛନ୍ତି। ମାତ୍ର ଉକ୍ତ କାର୍ଯ୍ୟ ସମ୍ପାଦନା ଦାୟିତ୍ୱ ସ୍ବୟଂସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଦିଆଯିବ କି ନାହିଁ ସେ ସମ୍ପର୍କରେ କିଛି ସ୍ପଷ୍ଟ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?