‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଇଣ୍ଡିଆ ଚାର୍ମିଂ ଫେସ୍‌’:ରାଜେଶ ପ୍ରଥମ ଓଡ଼ିଆ ଆଞ୍ଚଳିକ ନିର୍ଦ୍ଦେଶକ

ଭୁବନେଶ୍ୱର,୪-୯(ବ୍ୟୁରୋ):ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍‌ ‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଚାର୍ମିଂ ଫେସ୍‌’ର ୩ୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏଥିପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ଅକ୍ଟୋବର ୧୩ରେ ଗୋଆରେ ଏହାର ଗ୍ରାଣ୍ଡ୍‌ ଫିନାଲେ ଅନୁଷ୍ଠିତ ହେବ। ତେବେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଜଣେ ଓଡ଼ିଆଙ୍କୁ ‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଇଣ୍ଡିଆସ୍‌ ଚାର୍ମିଂ ଫେସ୍‌’ର ଆଞ୍ଚଳିକ ନିର୍ଦ୍ଦେଶକଭାବେ ଦାୟିତ୍ୱ ଦିଆଯାଇଛି। ମିସ୍‌ ଇଣ୍ଡିଆ ଚାର୍ମିଂ ଫେସ୍‌ରେ ଓଡ଼ିଶାରୁ ଆଞ୍ଚଳିକ ନିର୍ଦ୍ଦେଶକ ଭାବେ ମନୋନୀତ ହୋଇଛନ୍ତି ରାଜେଶ ରଞ୍ଜନ ମହାନ୍ତି। ରାଜେଶଙ୍କ ଉପସ୍ଥିତି ଜାତୀୟସ୍ତରରେ ଓଡ଼ିଶାକୁ ଗୌରବାନ୍ବିତ କରିବାସହ ଚଳିତବର୍ଷ ରାଜ୍ୟ ପାଇଁ ମଧ୍ୟ ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଏକ ନୂଆ ଆଶା ସୃଷ୍ଟି କରିଛି।
ଇଣ୍ଡିଆସ୍‌ ଚାର୍ମିଂ ଫେସ୍‌ ୨୦୧୯’ର ଓଡ଼ିଶା ଅଡିଶନ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏବେ ଅନଲାଇନ୍‌ ରେଜିଷ୍ଟ୍ରେଶନ ସହ ଅନ୍‌ଲାଇନ ଅଡିଶନ୍‌ ଚାଲିଛି। ସେପ୍ଟେମ୍ବର ୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍‌ ଅଡିଶନ ଚାଲିବ ଏବଂ ‘ଇଣ୍ଡିଆସ୍‌ ଚାର୍ମିଂ ଫେସ୍‌- ଓଡ଼ିଶା ୨୦୧୯’ ପାଇଁ ସେପ୍ଟେମ୍ବର ୩୦ ତାରିଖରୁ ୩ ଦିନ ବ୍ୟାପୀ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଅନଲାଇନ୍‌ ଅଡିଶନରେ ମନୋନୀତ ହୋଇଥିବା ୫୦ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୧୫ଜଣଙ୍କୁ ଗ୍ରାଣ୍ଡ୍‌ ଫିନାଲେ ପାଇଁ ମନୋନୀତ କରାଯିବ। ୧୫ଜଣଙ୍କ ମଧ୍ୟରୁ ଶ୍ରେଷ୍ଠ ୫ଜଣ ପ୍ରତିଯୋଗୀ ବିଭିନ୍ନ ବିଭାଗରେ ଜାତୀୟସ୍ତରରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିବେ। ଓଡ଼ିଶାରୁ ବହୁ ପ୍ରତିଭା ବିଗତ କିଛିବର୍ଷ ମଧ୍ୟରେ ବିଉଟି ପାଜେଣ୍ଟ୍‌ କ୍ଷେତ୍ରରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଫଳତା ହାସଲ କରିଥିବାରୁ ‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଇଣ୍ଡିଆସ୍‌ ଚାର୍ମିଂ ଫେସ୍‌’ରେ ଭଲ ପ୍ରଦର୍ଶନ କରିବାକୁ ଓଡ଼ିଶା ପାଇଁ ବିପୁଳ ସୁଯୋଗ ରହିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥାହେଲା ଏଥର ପ୍ରଥମଥର ପାଇଁ ଜଣେ ଓଡ଼ିଆଙ୍କୁ ରିଜିଓନାଲ ଡାଇରେକ୍ଟର ଭାବେ ନିଯୁକ୍ତ କରାଯାଇଥିବାରୁ ରାଜ୍ୟ ପାଇଁ ଆଶା ସୃଷ୍ଟି ହୋଇଛି। ପୁରୀ ଜନ୍ମିତ ରାଜେଶ ଜଣେ କମ୍ୟୁନିକେଶନ ପ୍ରଫେଶନାଲ ଭାବେ କାର୍ଯ୍ୟ କରୁଥିବା ବେଳେ ଏକାଧିକ ଡକ୍ୟୁମେଣ୍ଟାରୀ, ଆଡ୍‌ ଫିଲ୍ମ, କର୍ପୋରେଟ୍‌ ଫିଲ୍ମ ଏବଂ ମ୍ୟୁଜିକ୍‌ ଭିଡିଓ ତିଆରି କରି ସୁନାମ ଅର୍ଜିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri