ମିସ୍‌ଇଣ୍ଡିଆରୁ ଅଭିନେତ୍ରୀ ହୋଇଥିବା ପ୍ରଥମ ନାୟିକା ନୂତନ: ଫିଲ୍ମ ଫେୟାର ପୁରସ୍କାର ଜିତିବାର ରହିଛି ରେକର୍ଡ

‘ସୀମା’, ‘ସୁଜାତା’, ‘ବନ୍ଦିନୀ’ ଏବଂ ‘ମୈ ତୁଲ୍‌ସି ତେରେ ଆଙ୍ଗନ୍‌ ମୈ’ ପରି ଫିଲ୍ମରେ ସୁନ୍ଦର ଅଭିନୟ କରିଥିବା ଅଭିନେତ୍ରୀ ନୂତନଙ୍କ ପାଇଁ କୌଣସି ପରିଚୟର ଆବଶ୍ୟକତା ନାହିଁ। ଏହି ସିନେମାଗୁଡିକ ତାଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଛି। ନୂତନ ମିସ୍‌ ଇଣ୍ଡିଆ ଟାଇଟେଲ୍‌ ଜିତିଥିବା ପ୍ରଥମ ଅଭିନେତ୍ରୀ। ଏକ ସମୟରେ ସବୁଠାରୁ ଅଧିକ ଫିଲ୍ମ ଫେୟାର ପୁରସ୍କାର ଜିତିବାର ରେକର୍ଡ ମଧ୍ୟ ତାଙ୍କ ନାମରେ ରହିଥିଲା।
ଫିଲ୍ମ ‘ନଲ ଦମୟନ୍ତି’ରୁ ନୂତନ ଶିଶୁ କଳାକାର ଭାବେ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ପରେ ‘ମିସ୍‌ ଇଣ୍ଡିଆ’ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଏହି ଟାଇଟେଲ୍‌ ଜିତିଥିଲେ । ଏହି ପୁରସ୍କାର ଜିତିଥିବା ସେ ହେଉଛନ୍ତି ପ୍ରଥମ ଅଭିନେତ୍ରୀ। ଘରେ ଫିଲ୍ମ ମାହୋଲ ଯୋଗୁ ନୂତନ ସବୁବେଳେ ମା’ଙ୍କ ସହ ଶୁଟିଂ ଦେଖିବାକୁ ଯାଉଥିଲେ। ପରେ ଅଭିନୟ ପ୍ରତି ତାଙ୍କର ଆଗ୍ରହ ସୃଷ୍ଟି ହୋଇଥିଲା। ୧୯୫୦ ମସିହାରେ ମାତ୍ର ୧୪ ବର୍ଷ ବୟସରେ ନୂତନ ମା’ ଶୋଭନା ସମର୍ଥଙ୍କ ଫିଲ୍ମ ‘ହମାରୀ ବେଟୀ’ରେ ଅଭିିନୟ କଲେ। ପରେ ସେ ହମ୍‌ଲୋଗ, ଶିଶମ, ପର୍ବତ ଏବଂ ଆଗୋଶ ଆଦି ସଫଳ ସିନେମାରେ ଅଭିନୟ କରି ଲୋକଲୋଚନକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri