Posted inଖେଳ

ମିସ୍‌ବା ପାକିସ୍ତାନ ଦଳର ମୁଖ୍ୟ କୋଚ୍‌

ଲାହୋର,୪।୯(ଏଏଫ୍‌ପି): ପାକିସ୍ତାନ ବୁଧବାର ପୂର୍ବତନ ଅଧିନାୟକ ମିସ୍‌ବା ଉଲ ହକ୍‌ଙ୍କୁ ମୁଖ୍ୟ କୋଚ୍‌ ଓ ମୁଖ୍ୟ ଚୟନକର୍ତ୍ତା ପଦରେ ନିଯୁକ୍ତ କରିଛି। କ୍ରିକେଟ ପାଗଳ ଦେଶ ପାକିସ୍ତାନ ୨୦୧୯ ଆଇସିସି ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିପାରି ନ ଥିଲା। ଏଥିଯୋଗୁ କୋଚ୍‌ ମିକି ଆର୍ଥରଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ପିସିବି ମନା କରି ଦେଇଥିଲା। ବୋଲିଂ କୋଚ୍‌ ଆଝାର ମେହମ୍ମୁଦ ଓ ବ୍ୟାଟିଂ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବରଙ୍କୁ ମଧ୍ୟ ବିଦା କରାଯାଇଥିଲା। ମିସ୍‌ବାଙ୍କୁ ଆଗାମୀ ତିନି ବର୍ଷ ପାଇଁ ସମସ୍ତ ଫର୍ମାଟର ଦାୟିତ୍ୱ ଦିଆଯାଇଛି। ଦଳୀୟ ଖେଳାଳିଙ୍କ ଚୟନରେ ପାରଦର୍ଶିତ ଓ ସ୍ପଷ୍ଟତା ଲାଗି ମିସ୍‌ବାଙ୍କୁ ଚୟନ କମିଟିର ଅଧ୍ୟକ୍ଷ ପଦରେ ନିଯୁକ୍ତ କରାଯାଇଛି। ତାଙ୍କ ବ୍ୟତୀତ ଚୟନ କମିଟିରେ ୬ ପ୍ରଥମ ଶ୍ରେଣୀ ଦଳର ମୁଖ୍ୟ କୋଚ୍‌ ରହିବେ ବୋଲି ପିସିବି ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ମିସ୍‌ବା ଦେଶର ୩୦ତମ ମୁଖ୍ୟ କୋଚ୍‌। ହେଲେ ପୂର୍ବରୁ ମୁଖ୍ୟ କୋଚ୍‌ଙ୍କୁ କଦାପି ଚୟନ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇ ନାହିଁ। ତେବେ ନ୍ୟୁଜିଲାଣ୍ଡରେ ଏହି ସିଷ୍ଟମ ପ୍ରଚଳିତ। ଆଉ ଜଣେ ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ପେସର ଓ୍ବାକର ୟୁନିସଙ୍କୁ ସମାନ ଅବଧି ପାଇଁ ପାକିସ୍ତାନ ବୋଲିଂ କୋଚ୍‌ ପଦ ଦିଆଯାଇଛି। ସେ ପୂର୍ବରୁ ଦୁଇ ଥର ଜାତୀୟ ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ସମ୍ଭାଳି ସାରିଛନ୍ତି। ୫ ଜଣିଆ କମିଟି ଅନ୍ତିମ ନିଷ୍ପତ୍ତି ନେବା ପୂର୍ବରୁ ପୂର୍ବତନ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଡିନ ଜୋନ୍ସ ଓ ପୂର୍ବତନ ପାକିସ୍ତାନ କୋଚ୍‌ ମୋହସିନ ଖାନଙ୍କ ସାକ୍ଷାତ୍‌କାର ନେଇଥିଲା। ମିସ୍‌ବା ଓ ୟୁନିସ ଆଗାମୀ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ରୁ ଅଭିଯାନ ଆରମ୍ଭ କରିବେ। ଏହାପରେ ପାକିସ୍ତାନ ଦୁଇ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଗସ୍ତ କରିବ। ମିସ୍‌ବା ଦେଶର ସବୁଠୁ ସଫଳତମ ଟେଷ୍ଟ ଅଧିନାୟକ। ତାଙ୍କ ନେତୃତ୍ୱରେ ଦଳ ୫୬ ଟେଷ୍ଟ ଖେଳି ୨୬ ବିଜୟ ସହ ୧୧ ମ୍ୟାଚ୍‌ ଡ୍ର’ ରଖିଥିଲା। ସେ ୭୫ ଟେଷ୍ଟ, ୧୬୨ ଦିନିକିଆ ଓ ୩୯ ଟି୨୦ ଖେଳିଛନ୍ତି। ୨୦୧୭ରେ ଅନ୍ତର୍ଜାତୀୟ କ୍ରିକେଟରୁ ସେ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ପାକିସ୍ତାନ କ୍ରିକେଟରେ ଝଡ଼: ଇଂଲଣ୍ଡରେ ଲଜ୍ଜାଜନକ ପରାଜୟ ପରେ ଏହି ଖେଳାଳି ଛାଡ଼ିଲେ…

ନୂଆଦିଲ୍ଲୀ,୧।୯: ପାକିସ୍ତାନ କ୍ରିକେଟରେ ସମସ୍ୟା କମିବାର ନାଁ ନେଉନାହିଁ। ଇଂଲଣ୍ଡ ବିପକ୍ଷ ସିରିଜ ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦିଗ୍ଗଜ କ୍ରିକେଟର୍‌ ମିସବାହ-ଉଲ-ହକ…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri