Posted inଜାତୀୟ

ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ: ଲାଲୁ

ପାଟନା,୧୩।୨: ରାଷ୍ଟ୍ରୀୟ ଜନତା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ ବୋଲି ଲାଲୁ କହିଛନ୍ତି। ଦିଲ୍ଲୀରେ ଅରବିନ୍ଦ କେଜ୍‌ରିୱାଲଙ୍କ ସରକାରଙ୍କର ପରାଜୟ ସାମ୍ବାଦିକମାନେ ବିହାରରେ ଏହାର ପ୍ରଭାବ ବିଷୟରେ ପ୍ରଶ୍ନ କରିବାରୁ ସେ କହିଛନ୍ତି, ବିହାରର ଲୋକମାନେ ଭାରତୀୟ ଜନତା ପାର୍ଟିକୁ ଚିହ୍ନି ସାରିଛନ୍ତି। ଯେପର୍ଯ୍ୟନ୍ତ ମୁଁ ବିହାରରେ ଅଛି, ସେପର୍ଯ୍ୟନ୍ତ ଭାଜପା ଏଠାରେ ସରକାର ଗଠନ କରିବାର କୌଣସି ସମ୍ଭାବନା ନାହିଁ।
ଭାଜପା ନେତା ଲାଲୁ ଯାଦବ ଏବଂ ତେଜସ୍ବୀଙ୍କୁ ‘ଧୃତରାଷ୍ଟ୍ର’ ଏବଂ ‘ଦୁର୍ଯୋଧନ’ ବୋଲି ଡାକୁଛନ୍ତି। ୨୦୨୫ରେ ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଲାଲୁ ପ୍ରସାଦ ଯାଦବଙ୍କ କଥା ଉପରେ ଭାଜପା ମୁଖପାତ୍ର ଅରବିନ୍ଦ ସିଂହ ବାପ-ପୁଅଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ଲାଲୁ ପ୍ରସାଦ ଯାଦବ ବର୍ତ୍ତମାନ ଧୃତରାଷ୍ଟ୍ର ଭୂମିକାରେ ଅଛନ୍ତି। ସେ ତାଙ୍କ ପୁଅ ଦୁର୍ଯ୍ୟୋଧନଙ୍କୁ କ୍ଷମତାକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ବ୍ୟାକୁଳ। ଲାଲୁ ପ୍ରସାଦ ଏବେ ପାଇଁ ଏହି ସ୍ବପ୍ନ ଦେଖିବା ବନ୍ଦ କରିବା ଉଚିତ, କାରଣ ସେ କେବେବି ଦୁର୍ଯୋଧନଙ୍କୁ ଶାସନ ହସ୍ତାନ୍ତର କରିପାରିବେ ନାହିଁ। ଦୁର୍ଯ୍ୟୋଧନଙ୍କ ସହ ଯାହା ଘଟିଥିଲା, ତାହା ପୁଣି ଘଟିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri