ମୁକାବିଲା ପାଇଁ ପୋଲିସ ସଜାଗ-ଡିଜିପି

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୧୮।୫-ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରିଥିଲେ। ସେ ପ୍ରଥମେ ପୂର୍ବାହ୍ନ ୧୧ଟା ୨୦ମିନିଟ୍‌ରେ ବାଲେଶ୍ୱର ଜିଲା ଆଇଜିଙ୍କ ଅଫିସ୍‌ରେ ପହଞ୍ଚିଥିଲେ। ସେଠାରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କରିବା ପରେ ଓଡ୍ରାଫର ଜିଲା କେନ୍ଦ୍ରକୁ ପରିଦର୍ଶନ କରିଥିଲେ। ପୋଲିସ ଓ ଜିଲା ପ୍ରଶାସନ ସହିତ ସମନ୍ବୟ ରକ୍ଷା କରି ବାତ୍ୟାର ମୁକାବିଲା କରିବା ପାଇଁ ଡିଜିପି ପରାମର୍ଶ ଦେଇଥିଲେ। ବାତ୍ୟା ମୁକାବିଲା ପାଇଁ ଜିଲାରେ ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ ଟିମ୍‌ ମୁତୟନ ରହିବା ସହ ପୋଲିସ ସଜାଗ ରହିଥିବା ଡିଜିପି ସୂଚନା ଦେଇଥିଲେ।
ଏହାପରେ ମଧ୍ୟାହ୍ନରେ ଡିଜିପି ଅଭୟ ଭଦ୍ରକରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ଓ ପ୍ରବାସୀମାନଙ୍କୁ ଜାତୀୟ ରାଜପଥ ଧାମରା ଓଭରବ୍ରିଜ ନିକଟରେ ଜିଲା ପୋଲିସ ପକ୍ଷରୁ ଦିଆଯାଉଥିବା ରନ୍ଧାଖାଦ୍ୟ ଓ ବସ୍‌ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ପ୍ରବାସୀ ଯେପରି ଚାଲି ଚାଲି ଓ ଭୋକିଲା ଯିବେନି ସେନେଇ ଜିଲା ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଥିଲେ। ଏହି ଅବସରରେ ଉତ୍ତରାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକ, ଏସ୍‌ପି ରାଜେଶ ପଣ୍ଡିତ, ଅତିରିକ୍ତ ଏସ୍‌ପି ବିକାଶ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri