ମୁକୁଳା ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଚୌଦ୍ୱାର,୧୬ା୫(ଡି.ଏନ.ଏ): ୫୫ ନମ୍ବର ଜାତୀୟ ରାଜପଥ ଚୌଦ୍ୱାର କଳିଙ୍ଗ ଛକର ବ୍ୟସ୍ତବହୁଳ ଜାଗାରେ ବସିଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଦୀର୍ଘଦିନ ହେବ ମୁକୁଳା ଅବସ୍ଥାରେ ପଡ଼ିରହିଛି। ଯାହାଫଳରେ ଏହା ଏବେ ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ଅନ୍ୟପଟେ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ନ ଦେଇ ଟ୍ରାନ୍ସଫର୍ମର ବସିଥିବା ପିଣ୍ଡିକୁ ପ୍ଲାଷ୍ଟର୍‌ କାର୍ଯ୍ୟ କରୁଥିବା ନ଼େଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଟ୍ରାନ୍ସଫର୍ମର ନିକଟରେ ଏକ ମାର୍କେଟ କମ୍ପ୍ଲେକ୍ସ ଥିବାବେଳେ ଏଠାରେ ଲୋକଙ୍କ ଭିଡ଼ ଲାଗିଥାଏ। କାରୋନା ଭୂତାଣୁ ରୋକିବା ପାଇଁ କମ୍ପ୍ଲେକ୍ସ ସମ୍ମୁଖରେ ବ୍ୟବସାୟୀମାନେ କମ୍ପ୍ଲେକ୍ସ ପ୍ରବେଶ ପଥରେ ବାଉଁଶ ବାନ୍ଧିଥିବାରୁ ଲୋକେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ନିକଟରେ ଗାଡ଼ି ରଖିବାକୁ ବାଧ୍ୟ ହେଉଛନ୍ତି। ଏଭଳି ସ୍ଥିତିରେ ବିଦ୍ୟୁତ୍‌ ବିଭାଗ ଟ୍ରାନ୍ସଫର୍ମରକୁ ସମ୍ପୂର୍ଣ୍ଣ ଆବଦ୍ଧ ନ କରି ପିଣ୍ଡିକୁ ସଜାଡ଼ିବାରେ ଲାଗିଛି। ତୁରନ୍ତ ବିଦ୍ୟୁତ୍‌ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାପାଇଁ ସାଧାରଣରେ ଦାବି ହେଉଛି। ଏ ନେଇ ଚୌଦ୍ୱାର ସେସୁ ଏସ୍‌ଡିଓ ସମୀର ପଢ଼ିଆରି କୁହନ୍ତି, ଟ୍ରାନ୍ସଫର୍ମର ଚତୁଃପାର୍ଶ୍ୱ ପ୍ଲାଷ୍ଟର ପାଇଁ ବ୍ୟୟ ଅଟକଳ ସରିଥିବା ବେଳେ ଖୁବଶୀଘ୍ର କାମ ପ୍ରତି ଦୃଷ୍ଟି ଦିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri