ଦେବଗଡ଼,୧୦।୧(ଡି.ଏନ୍.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ଏସଏଚଜି ପକ୍ଷରୁ ନିର୍ମାଣଧୀନ ପ୍ରକଳ୍ପବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ଭାଜପା ସମର୍ଥକଙ୍କ ଭଙ୍ଗାରୁଜା କରିଥିଲେ ଏହି ଘଟଣାରେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯିବା ସହ ଦୋଷୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରି ଜିଲା ବିଜେଡି ପକ୍ଷରୁ ଜିଲାପାଳ ଓ ଏସ୍ପିଙ୍କଠାରେ ଦାବିପତ୍ର ପ୍ରଦାନ କରାଯାଇଛି। ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିର ପରିସରରୁ ଜିଲା ବିଜେଡି ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ଦଳୀୟ କର୍ମୀଙ୍କ ସମେତ ବିଭିନ୍ନ ଏସ୍ଏଚ୍ଜି ସଦସ୍ୟାମାନେ ବିଧାୟକଙ୍କ ଦାଦାଗିରିକୁ ନିନ୍ଦା କରିବା ସହ ବିଭିନ୍ନ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଥିଲେ। ପରେ ଜିଲାପାଳଙ୍କ କାର୍ଯାଳୟରେ ପହଞ୍ଚି ଭାଜପା ବିଧାୟକ ପାଣିଗ୍ରାହୀଙ୍କୁ ଜିଲା ବିକାଶର ବାଧକ ବୋଲି ଅବିହିତ କରିବାସହ ତାଙ୍କ ଗିରଫ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେହିପରି ଭାଜପର। ଏଭଳି ଦାଦାଗିରିରଯେପରି ପୁନରାବୃତ୍ତି ନ ଘଟେ ସେନେଇ ପ୍ରଶାସନ ପଦକ୍ଷେପ ନେବାକୁ ଦାବି କରିଥିଲେ । ଏଥିସହ ବିଧାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ, ଦେବଗଡ଼ ପୌରପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ, ବିଜେଡି ଉପସଭାପତି ଦେବେନ୍ଦ୍ର ବେହେରା, ଏସଡିସିସି ବ୍ୟାଙ୍କ ପୂର୍ବତନ ସଭାପତି ଅମରେନ୍ଦ୍ର ଗଙ୍ଗଦେବ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ ସୁଜିତ କୁମାର ପ୍ରଧାନଙ୍କ ସମେତ ଶତାଧିକ କର୍ମୀ ସାମିଲ ହୋଇଥିଲେ।
ମୁକ୍ତା ଯୋଜନାରେ ନିର୍ମାଣଧୀନ କାର୍ଯ୍ୟକୁ ବିଧାୟକଙ୍କ ଉପସ୍ଥିତିରେ ଭଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି
Posted inHome Left, ଆମ ଜିଲା ଖବର, ଦେବଗଡ଼ View All
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…
କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ
ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…
୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…
ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
Archives

