ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ; କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୨।୧୨:  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର ଫେରିଯାଇଛନ୍ତି। ସୋମବାର ସନ୍ଧ୍ୟାରେ ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ବିଭିନ୍ନ କାର୍ଯ୍ୟ ସହ ସରକାରୀ ଯୋଜନାଗୁଡ଼ିକର କିପରି ରୂପାୟନ ହେଉଛି ତାହାର ସମୀକ୍ଷା କରିଥିଲେ। ସେହିପରି ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଅଧିକାରୀମାନେ ମେଡିକାଲର ବହିର୍ବିଭାଗ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ବୁଲି ଦେଖିଥିଲେ। ଏହି ସମୟରେ ମେଡିକାଲରେ ଚିକିତ୍ସିତ କେତେଜଣ ରୋଗୀଙ୍କ ସହ ଆଲୋଚନା କରିଥିଲେ। ପରିଦର୍ଶନ ବେଳେ ଡାଇଲିସିସ୍‌ ୱାର୍ଡରେ ଅବ୍ୟବସ୍ଥା ଦେଖି କମିଟି ସଦସ୍ୟମାନେ ଖପ୍ପା ହୋଇଥିଲେ। ସେହିପରି ଅସ୍ତ୍ରୋପଚାର ପାଇଁ ବ୍ୟବସ୍ଥା ଥିଲେ ମଧ୍ୟ ରୋଗୀଙ୍କୁ ଏଠାରେ ଅସ୍ତ୍ରୋପଚାର କରାଯାଉ ନ ଥିବା ଜାଣି କମିଟି ସଦସ୍ୟମାନେ କ୍ଷୋଭ ପ୍ରକାଶ କରିଥିଲେ।
ଅଧିକାରୀମାନେ ସୋମବାର ସନ୍ଧ୍ୟା ସାଢ଼େ ସାତଟାରେ ପହଞ୍ଚତ୍ବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ପ୍ରଶିକ୍ଷଣ କେନ୍ଦ୍ରରେ ମେଡିକାଲ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ସମୀକ୍ଷା ବୈଠକ କରିଥିଲେ। ଜିଲାରେ ଡେଙ୍ଗୁ, ମ୍ୟାଲେରିଆ, ଯକ୍ଷ୍ମା କିପରି ଭାବେ ନିୟନ୍ତ୍ରଣ କରାଯାଉଛି, ଲୋକଙ୍କୁ କିପରି ସଚେତନ କରାଯାଉଛି ସେ ସମ୍ପର୍କରେ ପଚାରି ବୁଝିଥିଲେ। ଚକ୍ଷୁ ବିଭାଗ ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଓ ମେଡିକାଲରେ ଅସ୍ତ୍ରୋପଚାର ପାଇଁ ଆନୁସାଙ୍ଗିକ ବ୍ୟବସ୍ଥା ଥିଲେ ମଧ୍ୟ କାହିଁକି ଅସ୍ତ୍ରୋପଚାର କରାଯାଉ ନାହିଁ ବୋଲି ପ୍ରଶ୍ନ କରିଥିଲେ। ତୁରନ୍ତ ଲୋକଙ୍କୁ ଏଣେ ତେଣେ ନ ପଠାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର କରିବାକୁ ସ୍ବତନ୍ତ୍ର ସଚିବ କର୍ତ୍ତୃପକ୍ଷଙ୍କୁ ତାଗିଦ୍‌ କରିଥିଲେ। ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବହିର୍ବିଭାଗ (କାଜୁଆଲଟି)ରୁ ୩ ଜଣିଆ ଟିମ୍‌ ପରିଦର୍ଶନରେ ବାହାରିଥିଲେ। ପରେ ପୁରୁଷ ୱାର୍ଡ ସହ ୩ ମହଲା ପରିଦର୍ଶନ କରିଥିଲେ। ମେଡିକାଲରେ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି, ବେଡସିଟ୍‌ ଦୈନିକ ବଦଳାଯାଉଛି କି ନାହିଁ ସେ ନେଇ ପଚାରି ବୁଝିଥିଲେ। ନୂଆକରି ଖୋଲିଥିବା ଜେରିଆଟିକ୍‌ ୱାର୍ଡ, ଡାଇଲିସିସ୍‌ ୱାର୍ଡ, ଏସ୍‌ଏନ୍‌ସିୟୁ, ରକ୍ତ ସିକୁଳି(ସକିଲିନ୍‌) ବିଭାଗ ମଧ୍ୟ ବୁଲିଥିଲେ। ଡିଏମ୍‌ଏଫ୍‌ ପାଣ୍ଠିରୁ ମେଡିକାଲକୁ ଶହେଟି ଛୋଟ ବେଡ୍‌ ପ୍ରଦାନ କରାଯିବ ବୋଲି ଅଧିକାରୀମାନେ କହିଥିଲେ। ଉକ୍ତ ଟିମ୍‌ ସହ ସିଡିଏମ୍‌ଓ ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତି, ଏଡିଏମ୍‌ଓ ମେଡିକାଲ ଲକ୍ଷ୍ମୀନାରାୟଣ ବିଶୋଇ, ଏଡିଏମ୍‌ଓ ଜନସ୍ବାସ୍ଥ୍ୟ ବିଭାଗ ରାକେଶ କୁମାର ସାହୁ, ଏଡିଏମ୍‌ଓ ପରିବାର କଲ୍ୟାଣ ତ୍ରିଲୋଚନ ସାହୁଙ୍କ ସହ ଅନ୍ୟ ଡାକ୍ତର, ଷ୍ଟାଫନର୍ସ ଓ ମେଡିକାଲ ପରିଚାଳକ ଉପସ୍ଥିିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri