ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ: କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୧।୧୨-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର ଫେରିଯାଇଛନ୍ତି। ସୋମବାର ସନ୍ଧ୍ୟାରେ ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ବିଭିନ୍ନ କାର୍ଯ୍ୟ ସହ ସରକାରୀ ଯୋଜନାଗୁଡ଼ିକର କିପରି ରୂପାୟନ ହେଉଛି ତାହାର ସମୀକ୍ଷା କରିଥିଲେ। ସେହିପରି ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଅଧିକାରୀମାନେ ମେଡିକାଲର ବହିର୍ବିଭାଗ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ବୁଲି ଦେଖିଥିଲେ। ଏହି ସମୟରେ ମେଡିକାଲରେ ଚିକିତ୍ସିତ କେତେଜଣ ରୋଗୀଙ୍କ ସହ ଆଲୋଚନା କରିଥିଲେ। ପରିଦର୍ଶନ ବେଳେ ଡାଇଲିସିସ୍‌ ୱାର୍ଡରେ ଅବ୍ୟବସ୍ଥା ଦେଖି କମିଟି ସଦସ୍ୟମାନେ ଖପ୍ପା ହୋଇଥିଲେ। ସେହିପରି ଅସ୍ତ୍ରୋପଚାର ପାଇଁ ବ୍ୟବସ୍ଥା ଥିଲେ ମଧ୍ୟ ରୋଗୀଙ୍କୁ ଏଠାରେ ଅସ୍ତ୍ରୋପଚାର କରାଯାଉ ନ ଥିବା ଜାଣି କମିଟି ସଦସ୍ୟମାନେ କ୍ଷୋଭ ପ୍ରକାଶ କରିଥିଲେ।
ଅଧିକାରୀମାନେ ସୋମବାର ସନ୍ଧ୍ୟା ସାଢ଼େ ସାତଟାରେ ପହଞ୍ଚତ୍ବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ପ୍ରଶିକ୍ଷଣ କେନ୍ଦ୍ରରେ ମେଡିକାଲ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ସମୀକ୍ଷା ବୈଠକ କରିଥିଲେ। ଜିଲାରେ ଡେଙ୍ଗୁ, ମ୍ୟାଲେରିଆ, ଯକ୍ଷ୍ମା କିପରି ଭାବେ ନିୟନ୍ତ୍ରଣ କରାଯାଉଛି, ଲୋକଙ୍କୁ କିପରି ସଚେତନ କରାଯାଉଛି ସେ ସମ୍ପର୍କରେ ପଚାରି ବୁଝିଥିଲେ। ଚକ୍ଷୁ ବିଭାଗ ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଓ ମେଡିକାଲରେ ଅସ୍ତ୍ରୋପଚାର ପାଇଁ ଆନୁସାଙ୍ଗିକ ବ୍ୟବସ୍ଥା ଥିଲେ ମଧ୍ୟ କାହିଁକି ଅସ୍ତ୍ରୋପଚାର କରାଯାଉ ନାହିଁ ବୋଲି ପ୍ରଶ୍ନ କରିଥିଲେ। ତୁରନ୍ତ ଲୋକଙ୍କୁ ଏଣେ ତେଣେ ନ ପଠାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର କରିବାକୁ ସ୍ବତନ୍ତ୍ର ସଚିବ କର୍ତ୍ତୃପକ୍ଷଙ୍କୁ ତାଗିଦ୍‌ କରିଥିଲେ। ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବହିର୍ବିଭାଗ (କାଜୁଆଲଟି)ରୁ ୩ ଜଣିଆ ଟିମ୍‌ ପରିଦର୍ଶନରେ ବାହାରିଥିଲେ। ପରେ ପୁରୁଷ ୱାର୍ଡ ସହ ୩ ମହଲା ପରିଦର୍ଶନ କରିଥିଲେ। ମେଡିକାଲରେ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି, ବେଡସିଟ୍‌ ଦୈନିକ ବଦଳାଯାଉଛି କି ନାହିଁ ସେ ନେଇ ପଚାରି ବୁଝିଥିଲେ। ନୂଆକରି ଖୋଲିଥିବା ଜେରିଆଟିକ୍‌ ୱାର୍ଡ, ଡାଇଲିସିସ୍‌ ୱାର୍ଡ, ଏସ୍‌ଏନ୍‌ସିୟୁ, ରକ୍ତ ସିକୁଳି(ସକିଲିନ୍‌) ବିଭାଗ ମଧ୍ୟ ବୁଲିଥିଲେ। ଡିଏମ୍‌ଏଫ୍‌ ପାଣ୍ଠିରୁ ମେଡିକାଲକୁ ଶହେଟି ଛୋଟ ବେଡ୍‌ ପ୍ରଦାନ କରାଯିବ ବୋଲି ଅଧିକାରୀମାନେ କହିଥିଲେ। ଉକ୍ତ ଟିମ୍‌ ସହ ସିଡିଏମ୍‌ଓ ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତି, ଏଡିଏମ୍‌ଓ ମେଡିକାଲ ଲକ୍ଷ୍ମୀନାରାୟଣ ବିଶୋଇ, ଏଡିଏମ୍‌ଓ ଜନସ୍ବାସ୍ଥ୍ୟ ବିଭାଗ ରାକେଶ କୁମାର ସାହୁ, ଏଡିଏମ୍‌ଓ ପରିବାର କଲ୍ୟାଣ ତ୍ରିଲୋଚନ ସାହୁଙ୍କ ସହ ଅନ୍ୟ ଡାକ୍ତର, ଷ୍ଟାଫନର୍ସ ଓ ମେଡିକାଲ ପରିଚାଳକ ଉପସ୍ଥିିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…

ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri