ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ସମ୍ପୃକ୍ତ ରୋଗୀଙ୍କ ପରିବାର ଲୋକଙ୍କ ଠାରୁ ଜବରଦସ୍ତି ଦସ୍ତଖତ ରଖିଥିବା ସେମାନେ ଅଭିଯୋଗ କରିଛନ୍ତି।
ଅଭିଯୋଗରୁ ପ୍ରକାଶ ଯେ, ତାଳଚେର କଲିୟରୀ ଥାନା ଘଣ୍ଟପଡ଼ା ଗ୍ରାମର ରଞ୍ଜିତ ସାହୁ(୪୫) ଗତ ୧୧ ତାରିଖରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ତାଙ୍କ ଦେଖାଶୁଣା କରିବାକୁ ସ୍ତ୍ରୀ ନିରୁପମା ସାହୁ ମେଡିକାଲରେ ରହୁଥିଲେ। କିନ୍ତୁ ଶୁକ୍ରବାର ରାତି ସାଢ଼େ ୧୦ଟାରେ ନିରୁପମା ଶୌଚ ପାଇଁ ଯାଇଥିବାବେଳେ ରଞ୍ଜିତ ଡାକ୍ତରଖାନା ବେଡରୁ ଉଠି କେଉଁଆଡ଼େ ଚାଲିଯାଇଥିଲେ। ଏ ନେଇ ନିରୁପମା ମେଡିକାଲ କର୍ତ୍ତୃପକ୍ଷଙ୍କୁ ଅବଗତ କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରି ନ ଥିଲେ। ରାତିରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ପରିବାର ଲୋକେ ନିରାଶ ହୋଇଥିବା ବେଳେ ରଞ୍ଜିତଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ମେଡିକାଲ କର୍ତ୍ତୃପକ୍ଷ କହିବାରୁ ଶନିବାର ପୂର୍ବାହ୍ନରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରିସ୍ଥିତି ଜଟିଳ ହେଉଥିବା ଦେଖି ୱାର୍ଡରେ କାର୍ଯ୍ୟରତ ନର୍ସ ଓ ସୁରକ୍ଷାକର୍ମୀ କାହାରି ନିକଟରେ ଅଭିଯୋଗ କରନାହିଁ ରୋଗୀଙ୍କୁ ଆମେ ଖୋଜିଆଣି ଦେବୁ ବୋଲି ଆଶ୍ୱାସନା ଦେଇଥିଲେ। ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ଭାରପ୍ରାପ୍ତ ସିଡିଏମ୍‌ଓ ପ୍ରତାପ କୁମାର ବେହେରା ପହଞ୍ଚି ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ଏଡିଏମ୍‌ଓ(ମେଡିକାଲ) ଶ୍ୟାମ ପ୍ରସାଦ ଦାସଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଦୋଷୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଡିଏମ୍‌ଓ ବେହେରା କହିଛନ୍ତି। ଅନ୍ୟପକ୍ଷରେ ମେଡିକାଲରୁ ଗାଏବ ହୋଇଥିବା ରୋଗୀଙ୍କ ପୁତୁରା ନିରଞ୍ଜନ ସାହୁ ଲିଖିତ ଅଭିଯୋଗ କରିବା ସହ ଏଡିଏମ୍‌ଓ(ମେଡିକାଲ) ମଧ୍ୟ ମେଡିକାଲରୁ ରୋଗୀ ଗାଏବ ଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି। ତେବେ ଗାଏବ ହୋଇଯାଇଥିବା ରୋଗୀଙ୍କୁ ସ୍ଥାନୀୟ ଲୋକେ ଆଙ୍କୁଲାରୁ ଉଦ୍ଧାର କରିବା ଖବରପାଇ ଆମ୍ବୁଲାନ୍ସ ଯୋଗେ ମେଡିକାଲ ଅଣାଯାଇଥିବା କର୍ତ୍ତୃପକ୍ଷ ରାତିରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଏହାପୂର୍ବରୁ ମଧ୍ୟ ମେଡିକାଲରୁ ରୋଗୀ ଗାଏବ ପରି ଘଟଣା ଘଟିଥିଲା ଓ ଅବହେଳା ପାଇଁ ଦୁଇଜଣ ନର୍ସଙ୍କୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri