ମୁଖ୍ୟ ଚିକିତ୍ସାଳୟରେ ଥାଲାସେମିଆ ରୋଗୀଙ୍କୁ ଅଣଦେଖା: ମିଳୁନି ଔଷଧ, ପ୍ରଦାନ କରାଯାଉନି ଭତ୍ତା

ଅନୁଗୋଳ ଅଫିସ, ୧୪।୧୨ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ସିକଲସେଲ ଓ ଥାଲାସେମିଆ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏପରି କି ରୋଗୀମାନଙ୍କୁ ମେଡିକାଲରେ ଔଷଧ ମିଳୁ ନ ଥିବାବେଳେ ୮ ମାସ ହେବ ଭତ୍ତା ମଧ୍ୟ ପ୍ରଦାନ କରାଯାଇନାହିଁ। ବସଲା, ବେନ୍ତପୁର ଆଦି ଅଞ୍ଚଳରୁ ଆସିଥିବା ସିକଲସେଲ ଓ ଥାଲାସେମିଆ ରୋଗୀଙ୍କ ପରିବାର ଏବଂ ସମ୍ପର୍କୀୟମାନେ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ)ଙ୍କ ଉଦ୍ଦେଶ୍ୟରେ ଏପରି ଅଭିଯୋଗପତ୍ର ଏଡିଏମ୍‌ଓଙ୍କୁ ପ୍ରଦାନ କରିଛନ୍ତି। ତେବେ ଏ ନେଇ ଅନୁଧ୍ୟାନ କରାଯିବ ବୋଲି ଏଡିଏମ୍‌ଓ ମେଡିକାଲ ଲକ୍ଷ୍ମୀନାରାୟଣ ବିଶୋଇ ସେମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
ଉକ୍ତ ଅଭିଯୋଗପତ୍ରରେ ଦର୍ଶାଯାଇଛି ଯେ, ସିକଲସେଲ ଓ ଥାଲାସେମିଆ ରୋଗୀରେ ପୀଡ଼ିତ ପିଲାଙ୍କୁ ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥାନ୍ତି। ତେବେ ରକ୍ତଭଣ୍ଡାରରେ ରକ୍ତ ମିଳିଯାଉଥିବାବେଳେ ମେଡିକାଲରେ ଔଷଧ ପାଇଁ କୌଣସି ସୁବିଧା ରହୁନାହିଁ। ଏପରି କି ନିରାମୟ ଓ ଜନଔଷଧି କେନ୍ଦ୍ରରେ ଏହା ମିଳୁନାହିଁ। ଫଳରେ କଟକ ବଡ଼ ମେଡିକାଲକୁ ପ୍ରତ୍ୟେକ ମାସରେ ସେମାନଙ୍କୁ ଦୁଇ ଥର ଯିବାକୁ ପଡ଼ୁଛି। ଏହାଦ୍ୱାରା ସେମାନେ ଅଧିକ ଖର୍ଚ୍ଚାନ୍ତ ହେଉଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ରୋଗୀଙ୍କୁ ସରକାରୀ ପ୍ରୋତ୍ସାହନ ରାଶି ବାବଦକୁ ମାସିକ ଯାତାୟାତ ଖର୍ଚ୍ଚ ୫ ଶହ ଟଙ୍କା ଭତ୍ତା ହିସାବରେ ପ୍ରଦାନ କରାଯାଇଥାଏ। କିନ୍ତୁ ଗତ ୮ ମାସ ହେବ ସେମାନଙ୍କୁ ଏହି ଭତ୍ତା ଟଙ୍କା ମିଳିପାରିନାହିଁ। ଫଳରେ ଚିକିତ୍ସା କରାଇବାକୁ ମେଡିକାଲ ଆସିବା କଷ୍ଟକର ହୋଇପଡ଼ିଲାଣି ବୋଲି ସେମାନେ କହିଛନ୍ତି। ଏପରି କି ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ଉଦ୍ଦିଷ୍ଟ ଔଷଧ କଟକ ଯାଇ ଆଣିବା ସମ୍ଭବପର ହୋଇପାରୁନାହିଁ। ଏ ନେଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉକ୍ତ ଔଷଧ ଯୋଗାଇ ଦିଆଯିବାକୁ ସେମାନେ ଦାବି କରିଛନ୍ତି। ଏଥିସହ ଜିଲା ମୁଖ୍ୟ ଚିକିତ୍ସାଳୟରେ ସିକଲସେଲ ଓ ଥାଲାସେମିଆ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ବିଭାଗ ଖୋଲାଯିବାକୁ ମଧ୍ୟ ଉଲ୍ଲେଖ କରିଛନ୍ତି। ଅଭିଯୋଗପତ୍ର ଗ୍ରହଣ କରିବା ସମୟରେ ଏଡିଏମ୍‌ଓ ବିଶୋଇ କହିଥିଲେ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟକୁ ମେଡିଶିନ ମଗାଯିବାର ବ୍ୟବସ୍ଥା କରାଯିବ। ଏଥିସହ ଭତ୍ତା ପ୍ରଦାନ କେଉଁ କାରଣରୁ ହୋଇନାହିଁ, ତାହାର ମଧ୍ୟ ଅନୁଧ୍ୟାନ କରାଯିବ ବୋଲି ଏଡିଏମ୍‌ଓ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri