ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜରପଡ଼ା ଥାନା କତଡ଼ା ଗ୍ରାମର ଖଗେଶ୍ୱର ପ୍ରଧାନଙ୍କୁ ତାଙ୍କ ସ୍ତ୍ରୀ ସୁଲୋଚନା ପ୍ରଧାନ ପୁରୁଷ ଓ୍ବାର୍ଡରେ ଭର୍ତ୍ତି କରିଛନ୍ତି। ସୋମବାର ଖଗେଶ୍ୱରଙ୍କ ଛାତି ଏକ୍ସ-ରେ କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ମଙ୍ଗଳବାର ଦମ୍ପତି କାଜୁଆଲଟି ପାଖରେ ଥିବା ଏକ୍ସ-ରେ ଘରକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ କାଜୁଆଲଟି ସମ୍ମୁଖରେ ଛିଡ଼ା ହୋଇଥିବା ଦଲାଲ ଜଣଙ୍କ ବିଜୁ ସ୍ବାସ୍ଥ୍ୟବୀମା କାର୍ଡ ଓ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା କାର୍ଡ ଦ୍ୱାରା ୩୦ ହଜାର ଟଙ୍କା ତାଙ୍କ ବ୍ୟାଙ୍କ ଖାତାକୁ ଆସିବ ବୋଲି କହିଥିଲେ। ଏପରିକି ବୃଦ୍ଧାଙ୍କୁ ନେଇ ଡାକ୍ତରଖାନାର ବୀମା ଅଫିସକୁ ଯାଇଥିଲେ। ୫ ଶହ ଟଙ୍କା କାଗଜପତ୍ର ବାବଦକୁ ବୃଦ୍ଧାଙ୍କ ଠାରୁ ନେବା ପରେ ପୁଣି ସାଢ଼େ ୩ହଜାର ଟଙ୍କା ନେଇ ଆଉ ଫେରି ନ ଥିଲେ। ବୃଦ୍ଧା ଜଣଙ୍କ ଅପେକ୍ଷା କରି ଶେଷରେ ସନ୍ଧ୍ୟାରେ ମେଡିକାଲକୁ ଫେରି ସ୍ବାମୀଙ୍କ ଆଗରେ ଠକେଇ ସମ୍ପର୍କରେ କହିଥିଲେ। ଘଟଣା ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିନାହିଁ।
Posted inHome Middle, ଅନୁଗୋଳ View All
MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି
ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...
ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍
ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...
ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…
ଭୁବନେଶ୍ୱର,୧୫ା୧୨: ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...
ବଣ୍ଡାଇ
ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...
କଂଗ୍ରେସରୁ ବିଦା ହେଲେ ମୋକିମ
ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...
ୱାଙ୍ଖଡେ ଷ୍ଟାଡିୟମ୍ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ
ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...
୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ
ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍ସନ୍ ଭାରକୁ...
ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା
ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...
Archives


