ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜରପଡ଼ା ଥାନା କତଡ଼ା ଗ୍ରାମର ଖଗେଶ୍ୱର ପ୍ରଧାନଙ୍କୁ ତାଙ୍କ ସ୍ତ୍ରୀ ସୁଲୋଚନା ପ୍ରଧାନ ପୁରୁଷ ଓ୍ବାର୍ଡରେ ଭର୍ତ୍ତି କରିଛନ୍ତି। ସୋମବାର ଖଗେଶ୍ୱରଙ୍କ ଛାତି ଏକ୍ସ-ରେ କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ମଙ୍ଗଳବାର ଦମ୍ପତି କାଜୁଆଲଟି ପାଖରେ ଥିବା ଏକ୍ସ-ରେ ଘରକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ କାଜୁଆଲଟି ସମ୍ମୁଖରେ ଛିଡ଼ା ହୋଇଥିବା ଦଲାଲ ଜଣଙ୍କ ବିଜୁ ସ୍ବାସ୍ଥ୍ୟବୀମା କାର୍ଡ ଓ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା କାର୍ଡ ଦ୍ୱାରା ୩୦ ହଜାର ଟଙ୍କା ତାଙ୍କ ବ୍ୟାଙ୍କ ଖାତାକୁ ଆସିବ ବୋଲି କହିଥିଲେ। ଏପରିକି ବୃଦ୍ଧାଙ୍କୁ ନେଇ ଡାକ୍ତରଖାନାର ବୀମା ଅଫିସକୁ ଯାଇଥିଲେ। ୫ ଶହ ଟଙ୍କା କାଗଜପତ୍ର ବାବଦକୁ ବୃଦ୍ଧାଙ୍କ ଠାରୁ ନେବା ପରେ ପୁଣି ସାଢ଼େ ୩ହଜାର ଟଙ୍କା ନେଇ ଆଉ ଫେରି ନ ଥିଲେ। ବୃଦ୍ଧା ଜଣଙ୍କ ଅପେକ୍ଷା କରି ଶେଷରେ ସନ୍ଧ୍ୟାରେ ମେଡିକାଲକୁ ଫେରି ସ୍ବାମୀଙ୍କ ଆଗରେ ଠକେଇ ସମ୍ପର୍କରେ କହିଥିଲେ। ଘଟଣା ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିନାହିଁ।
Posted inHome Middle, ଅନୁଗୋଳ View All
ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ
ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…
ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ
ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…
ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି
ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…
T20 ବିଶ୍ୱକପ୍ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍ର ଲକ୍ଷ୍ୟ
ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍ ୨୦୨୬ର ଶେଷ ଗ୍ରୁପ୍ ମ୍ୟାଚ୍ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍ର ଏକ ବଡ ସ୍କୋର ଛିଡ଼ା…
ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି
ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…
T20 ବିଶ୍ୱକପ୍ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି
ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍ ୨୦୨୬ର ଗ୍ରୁପ୍-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବ୍ୟାଟିଂ…
କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ
କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍ କଲୋନୀରେ ଫାୟାରିଂ ହୋଇଥିବା…
ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?
ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…
Archives

