ମୁଖ୍ୟ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ

ଗଞ୍ଜାମ,୨୨ା୧୧(ଡି.ଏନ.ଏ.)- ଗଞ୍ଜାମ ଏନ୍‌ଏସିରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିମନ୍ତେ ସ୍ଥାନ ଚିହ୍ନଟ ହୋଇପାରୁ ନ ଥିବାରୁ ସହର ମୁଖ୍ୟରାସ୍ତା କଡ଼ ଡମ୍ପିଂୟାର୍ଡ’ପାଲଟିଛି। ଗଞ୍ଜାମ ଏନ୍‌ଏସି ଓ ତହସିଲ ଅଧୀନରେ ରହିଛି ହେକ୍ଟର ହେକ୍ଟର ସରକାରୀ ଜାଗା। ହେଲେ ସରକାରୀ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିମନ୍ତେ ସ୍ଥାନ ଚିହ୍ନଟ ହୋଇପାରୁନି। ବର୍ତ୍ତମାନ ସହର ମୁଖ୍ୟ ପ୍ରବେଶ ଦ୍ୱାର ଜୟଶ୍ରୀ ଛକଠାରେ ଏନ୍‌ଏସିର ୧୨ଟି ୱାର୍ଡର ଅଳିଆ ଆବର୍ଜନା ପକାଯାଉଛି। ଏଥିଯୋଗୁ ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହେବାସହ ଉକ୍ତ ରାସ୍ତାଦେଇ ଯାଉଥିବା ଲୋକେ ନାକ ଟେକୁଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବାରମ୍ବାର ଏନ୍‌ଏସି କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ ଅସନ୍ତୋଷ ବୃଦ୍ଧି ପାଉଛି। ଏ ସମ୍ପର୍କରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମଧ୍ୟ ସ୍ଥାନୀୟ ଅଞ୍ଚଳବାସୀ ଓ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି କାଇଁଚପୁର ଠାରେ ଡ଼ମ୍ପିଂୟାର୍ଡ ନିର୍ମାଣ ପାଇଁ ପରାମର୍ଶ ଦେଇଥିଲେ। କିନ୍ତୁ ଏଯାଏ କୌଣସି ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିନି ଏନ୍‌ଏସି ପ୍ରଶାସନ। ଏନେଇ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିବାରୁ ଜାଗା ଚିହ୍ନଟ ହୋଇଛି, ଖୁବ୍‌ଶୀଘ୍ର ପ୍ରକଳ୍ପ କାମ ଆରମ୍ଭ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri