ମୁଖ୍ୟ ଶାସନ ସଚିବ ନୀରବତା ଭାଙ୍ଗି ପଦମର୍ଯ୍ୟାଦା ରକ୍ଷା କରନ୍ତୁ: ଭାଜପା

ଭୁବନେଶ୍ବର, ୩ା୭(ସୁନିତ୍‌ ମିଶ୍ର): ରାଜ୍ୟରେ କିଛିମାସ ହେବ ଗଣତନ୍ତ୍ର ଭୁଶୁଡ଼ି ପଡ଼ିଥିବା ଭଳି ମନେହେଉଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ରାଜ୍ୟର ବିଭିନ୍ନ ଅଞ୍ଚଳ ବୁଲି ଯେଉଁଭଳି ବିକାଶର ମିଛ କାହାଣୀର ଡିଣ୍ଡିମ ପିଟୁଛନ୍ତି, ତାହା ଭାରତବର୍ଷରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା । ସେହିପରି କୋଟି କୋଟି ଟଙ୍କା ଜବତ ହୋଇଥିବା ଲାଞ୍ଚୁଆ ଅଫିସର ଓ ହତ୍ୟା ଅଭିଯୁକ୍ତଙ୍କ ସହିତ ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ହେବା ରାଜ୍ୟରେ ୫-ଟିର ସ୍ବଚ୍ଛତା ପ୍ରତି ସନ୍ଦେହ ସୃଷ୍ଟି କରିଛି। ଶାସକ ଦଳର ମନ୍ତ୍ରୀ, ଏମ୍‌ପି, ବିଧାୟକ, ଜିଲା ପରିଷଦ ସଦସ୍ୟ, ସରପଞ୍ଚ ଏମାନଙ୍କର ବର୍ତ୍ତମାନ ସମୟରେ କାର୍ଯ୍ୟ କ’ଣ ତାହା ଆଜି ପ୍ରଶ୍ନବାଚୀ ସୃଷ୍ଟି କରିଛି। ବ୍ୟକ୍ତିଗତ ସଚିବ ବାରମ୍ବାର ନିୟମ ଉଲ୍ଲଂଘନ କରୁଥିବାର ଅଭିଯୋଗର ପତ୍ର କେନ୍ଦ୍ରର ଡିଓପିଟି ବିଭାଗରୁ ଆସିବା ପରେ ମଧ୍ୟ ମୁଖ୍ୟ ଶାସନ ସଚିବ କ’ଣ ପାଇଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି ବୋଲି ଭାଜପା ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା ପ୍ରଶ୍ନ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସତ୍ୟବ୍ରତ କହିଛନ୍ତି ଯେ, କିଛିଦିନ ତଳେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏ ସମ୍ପର୍କରେ ଭାରତ ସରକାରଙ୍କ ଡିଓପିଟି ବିଭାଗରେ ଗୋଟିଏ ଅଭିଯୋଗ କରିଥିଲେ, ଯାହାର ଚିଠି ମୁଖ୍ୟ ଶାସନ ସଚିବଙ୍କ ପାଖରେ ପହଞ୍ଚିଛି। ଅନୁରୂପ ଭାବେ ସେ ବ୍ୟକ୍ତିଗତ ସଚିବଙ୍କ କାର୍ଯ୍ୟକଳାପ ବାବଦରେ ଗତ ମାର୍ଚ୍ଚ ଓ ଏପ୍ରିଲରେ ୨ଟି ଅଭିଯୋଗ ପତ୍ର ଡିଓପିଟିକୁ ଅବଗତ କରାଇଥିଲେ। ହେଲେ ମୁଖ୍ୟ ଶାସନ ସଚିବ ରହସ୍ୟଜନକ ନୀରବତା ଭାଙ୍ଗି ନିଜର ପଦମର୍ଯ୍ୟାଦା ରକ୍ଷା କରିବା ପାଇଁ ସତ୍ୟବ୍ରତ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri