ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୫୬୭ ଚିକିତ୍ସିତ

ଭବାନୀପାଟଣା,୩୦ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ ସୋମବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର ଓ ମଙ୍ଗଳବାର ୨ ଦିନରେ ଜିଲାର ୫୬୭ଜଣ ରୋଗୀ ଚିକିତ୍ସିତ ହୋଇଛନ୍ତି। ମଙ୍ଗଳବାର ଦ୍ୱିତୀୟ ଦିନରେ ୫ଜଣ ସୁପର ସ୍ପେଶାଲିଷ୍ଟ ଡାକ୍ତର ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାରେ ବିମାନ ଯୋଗେ ଉତ୍କେଲା ଏୟାର ଷ୍ଟ୍ରିପ୍‌ରେ ପହଞ୍ଚତ୍ଥିଲେ। ସେଠାରୁ ଭବାନୀପାଟଣା ସଦର ମୁଖ୍ୟ ଡାକ୍ତରଖାନାରେ ପହଞ୍ଚତ୍ ୩ଶହ ରୋଗୀଙ୍କ ଚିକିତ୍ସା କରାଯାଇଥିଲା। ସେଥିମଧ୍ୟରୁ ୪ଜଣଙ୍କ ଅସ୍ତ୍ରୋପଚାର କରାଯାଇଛି। ଏହି ଡାକ୍ତରୀ ଦଳରେ ୟୁରୋଲୋଜି ସ୍ପେଶାଲିଷ୍ଟ ଡାକ୍ତର ଦତ୍ତେଶ୍ବର ହୋତା, କାର୍ଡିଓଲୋଜି ସ୍ପେଶାଲିଷ୍ଟ ଡାକ୍ତର ସତ୍ୟ ନାରାୟଣ ରାଉତ, ଆନାସ୍ଥେସିଓଲୋଜି ସ୍ପେଶାଲିଷ୍ଟ ଡାକ୍ତର ଦେବପ୍ରସାଦ ମହାନ୍ତି, ନ୍ୟୁରୋଲୋଜି ସ୍ପେଶାଲିଷ୍ଟ ଡାକ୍ତର ଅଶୋକ ମଲ୍ଲିକ, ନେଫ୍ରୋଲୋଜି ସ୍ପେଶାଲିଷ୍ଟ ଡାକ୍ତର ବିବେକାନନ୍ଦ କର ପ୍ରମୁଖ ରହିଥିଲେ। ସୋମବାର ପ୍ରଥମ ଦିନରେ ୭ଜଣ ସୁପର ସ୍ପେଶାଲିଷ୍ଟ ଡାକ୍ତର ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚତ୍ଥିଲେ। ଏଥିରେ ୟୁରୋଲୋଜି ସ୍ପେଶାଲିଷ୍ଟ ଡାକ୍ତର ସୁରେଶ ରୁଲାନିଆ, ଡାକ୍ତର କିଶୋର ଟନଜି, ରେଡିଓଲୋଜି ସ୍ପେଶାଲିଷ୍ଟ ଡାକ୍ତର ଶାନ୍ତିଭୂଷଣ ଦାସ, କାର୍ଡିଓଲୋଜି ସ୍ପେଶାଲିଷ୍ଟ ଡାକ୍ତର ଜେ. ସତ୍ୟ ସାରଥି, ନେଫ୍ରୋଲୋଜି ସ୍ପେଶାଲିଷ୍ଟ ଡାକ୍ତର ରାକେଶ କୁମାର ରାଉତରାୟ ପ୍ରମୁଖ ରହିଥିଲେ। ସେମାନେ ଜିଲାର ୨୬୭ ଜଣ ରୋଗୀଙ୍କୁ ପରୀକ୍ଷା କରି ଚିକିତ୍ସା କରିଥିଲେ। ପ୍ରଥମ ଥର ପାଇଁ କଳାହାଣ୍ଡି ଜିଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା କାର୍ଯ୍ୟକ୍ରମ ଯୋଗୁ ରୋଗୀମାନେ ଉପକୃତ ହେଉଛନ୍ତି। ଏହି କାର୍ଯ୍ୟକ୍ରମ ବୁଧବାର ପର୍ଯ୍ୟନ୍ତ ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri