Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶକୁ ଫୁ: ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ କେହି ପହଞ୍ଚିଲେନି ସରକାରୀ କର୍ମଚାରୀ

ଲକ୍ଷ୍ନୌ,୨୮।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ମଧ୍ୟ ସରକାରୀ କର୍ମଚାରୀଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ଶୁକ୍ରବାର ସକାଳ ୯ଟା ସୁଦ୍ଧା ଇନ୍ଦିରା ଭବନ ଓ ଜବାହାର ଭବନରେ କୌଣସି ସରକାରୀ କର୍ମଚାରୀ ନଜର ଆସି ନ ଥିଲେ। ଏହି ୨ଟି ଭବନରେ ୭୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ରହିଛି। ହେଲେ ବହୁ କଷ୍ଟରେ ସେଠାରେ ସାଢ଼େ ୧୦ଟାରେ କିଛି କର୍ମଚାରୀ ଆସିଥିବା ଦେଖିବାକୁ ମିଳିଥିଲା। ଗୁରୁବାର ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରିଥିଲେ। ସକାଳ ୯ଟା ସୁଦ୍ଧା କର୍ମଚାରୀମାନେ କାର୍ଯ୍ୟାଳୟରେ ନ ପହଞ୍ଚିଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ସେମାନଙ୍କର ବେତନ ମଧ୍ୟ କଟାଯିବ ବୋଲି ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନ, ଇଶାନ କିଶାନଙ୍କୁ ନେଇ ବଡ଼ ବୟାନ ଦେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ସଞ୍ଜୁ ସାମସନ ଏବଂ ଇଶାନ…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

ଗ୍ୟାସ ସିଲିଣ୍ଡର ବୁକ୍‌ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ…

ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ…

ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ…

ଶ୍ରୀଲଙ୍କା ଛାଡିଲା ୮୪ ଇରାନୀ ନାବିକଙ୍କ ମୃତଦେହ ନେଇ ଯାଉଥିବା ତୁର୍କୀ ବିମାନ, ପ୍ରତିଶୋଧର ଶପଥ ନେଲା…

କଲମ୍ବୋ,୧୪।୩: ଭାରତ ମହାସାଗରରେ ଆମେରିକୀୟ ଆକ୍ରମଣର ଶିକାର ହୋଇଥିବା ଇରାନୀ ଯୁଦ୍ଧଜାହାଜ IRIS ଡେନା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଏହି ଆକ୍ରମଣରେ…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ…

ନବୀନଙ୍କ ପୋଲ୍‌ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…

ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍‌ ଖୋଲି ଦେଇଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri