ପାଟଣାଗଡ, ୯ା୪(ଡି.ଏନ.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ପାଟଣାଗଡ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଳିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ଲବ କୁମାର ଅଗ୍ରୱାଲ ନିଜ ଦିବ୍ୟାଙ୍ଗ ଭତ୍ତା ଟଙ୍କାରୁ ୩ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଉପଜିଲାପାଳଙ୍କ ଜରିଆରେ ପ୍ରଦାନ କରିଛନ୍ତି। ସେହିପରି ପାଟଣାଗଡର ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ଘନଶ୍ୟାମ ମେହେର ୧ଲକ୍ଷ ଟଙ୍କା, ମେହେର ଯୁବ ପରିଷଦ ପାଟଣାଗଡ ୫୧ହଜାର ଟଙ୍କା, ଜୟ ମାଁ ସ୍ବୟଂ ସହାୟକ ଗୋଷ୍ଠୀ ୫୧୦୦, ଗଜବାହିନୀ ମହିଳା ସଂଘ ଲାଠୋର ୧୧ ହଜାର, ନବଦୁର୍ଗା ପୂଜା କମିଟି ପାଟଣାଗଡ ୫୧ ହଜାର, ବଣିକ ସଂଘ ପାଟଣାଗଡ ୬୧୧୧୧ ଟଙ୍କା, ସରପଞ୍ଚ ସଂଘ ପାଟଣାଗଡ ୬୦ ହଜାର ଟଙ୍କା, ପାଟଣାଗଡ ବ୍ଲକ ଅଧ୍ୟକ୍ଷ ଉପାଧ୍ୟକ୍ଷ ଏବଂ ସମିତି ସଭ୍ୟଙ୍କ ଗୋଟିଏ ମାସର ଦରମା ୫୭୩୪୦ ଟଙ୍କା, ସନ୍ତୋଷୀ ସ୍ବୟଂ ସହାୟକ ଗୋଷ୍ଠୀ କେନ୍ଦୁମୁଣ୍ଡି ୫୦ ହଜାର ଟଙ୍କା, ଅସଲମ୍ କଟନ ମିଲ, ରାଧାରମଣ କଟନ ମିଲ, ମନସାମାତା କଟନ ମିଲ, ମା ଜିନିଂ କଟନ ମିଲ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ସେହିପରି ପାଟଣାଗଡର କାଳିଦାଶ ମିଶ୍ର ୧୦ ହଜାର, ରମେଶ ପୁରୋହିତ ୫୦ହଜାର, ପଞ୍ଚାୟତ ଡିଗ୍ରୀ କଲେଜ ଲାଠୋର ୨୧ ହଜାର, କୋଶଲ ନଗର ପାଟଣାଗଡର ମହିଳାମାନେ ୧୦୯୫୦ ଟଙ୍କା ପ୍ରଦାନ କରିଥିବା ପାଟଣାଗଡ ଉପଜିଲାପାଳ ସୋମନାଥ ପ୍ରଧାନ ସୂଚନା ଦେଇଛନ୍ତି। ଏଭଳି ସଂକଟ ପରିସ୍ଥିତିରେ ସରକାରଙ୍କୁ ସାହାଯ୍ୟ କରିବା ପ୍ରତ୍ୟେକ ନାଗରିକର ଗୁରୁ ଦାୟିତ୍ୱ ଏବଂ ପ୍ରଶାସନ ସହିତ ହାତ ମିଳାଇ କରୋନା ମୁକାବିଲାରେ ସାମିଲ ହେବାକୁ ଉପଜିଲାପାଳ ପ୍ରଧାନ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ବଲାଙ୍ଗୀର View All
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
Archives

