ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପାଟଣାଗଡ, ୯ା୪(ଡି.ଏନ.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ପାଟଣାଗଡ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଳିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ଲବ କୁମାର ଅଗ୍ରୱାଲ ନିଜ ଦିବ୍ୟାଙ୍ଗ ଭତ୍ତା ଟଙ୍କାରୁ ୩ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଉପଜିଲାପାଳଙ୍କ ଜରିଆରେ ପ୍ରଦାନ କରିଛନ୍ତି। ସେହିପରି ପାଟଣାଗଡର ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ଘନଶ୍ୟାମ ମେହେର ୧ଲକ୍ଷ ଟଙ୍କା, ମେହେର ଯୁବ ପରିଷଦ ପାଟଣାଗଡ ୫୧ହଜାର ଟଙ୍କା, ଜୟ ମାଁ ସ୍ବୟଂ ସହାୟକ ଗୋଷ୍ଠୀ ୫୧୦୦, ଗଜବାହିନୀ ମହିଳା ସଂଘ ଲାଠୋର ୧୧ ହଜାର, ନବଦୁର୍ଗା ପୂଜା କମିଟି ପାଟଣାଗଡ ୫୧ ହଜାର, ବଣିକ ସଂଘ ପାଟଣାଗଡ ୬୧୧୧୧ ଟଙ୍କା, ସରପଞ୍ଚ ସଂଘ ପାଟଣାଗଡ ୬୦ ହଜାର ଟଙ୍କା, ପାଟଣାଗଡ ବ୍ଲକ ଅଧ୍ୟକ୍ଷ ଉପାଧ୍ୟକ୍ଷ ଏବଂ ସମିତି ସଭ୍ୟଙ୍କ ଗୋଟିଏ ମାସର ଦରମା ୫୭୩୪୦ ଟଙ୍କା, ସନ୍ତୋଷୀ ସ୍ବୟଂ ସହାୟକ ଗୋଷ୍ଠୀ କେନ୍ଦୁମୁଣ୍ଡି ୫୦ ହଜାର ଟଙ୍କା, ଅସଲମ୍‌ କଟନ ମିଲ, ରାଧାରମଣ କଟନ ମିଲ, ମନସାମାତା କଟନ ମିଲ, ମା ଜିନିଂ କଟନ ମିଲ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ସେହିପରି ପାଟଣାଗଡର କାଳିଦାଶ ମିଶ୍ର ୧୦ ହଜାର, ରମେଶ ପୁରୋହିତ ୫୦ହଜାର, ପଞ୍ଚାୟତ ଡିଗ୍ରୀ କଲେଜ ଲାଠୋର ୨୧ ହଜାର, କୋଶଲ ନଗର ପାଟଣାଗଡର ମହିଳାମାନେ ୧୦୯୫୦ ଟଙ୍କା ପ୍ରଦାନ କରିଥିବା ପାଟଣାଗଡ ଉପଜିଲାପାଳ ସୋମନାଥ ପ୍ରଧାନ ସୂଚନା ଦେଇଛନ୍ତି। ଏଭଳି ସଂକଟ ପରିସ୍ଥିତିରେ ସରକାରଙ୍କୁ ସାହାଯ୍ୟ କରିବା ପ୍ରତ୍ୟେକ ନାଗରିକର ଗୁରୁ ଦାୟିତ୍ୱ ଏବଂ ପ୍ରଶାସନ ସହିତ ହାତ ମିଳାଇ କରୋନା ମୁକାବିଲାରେ ସାମିଲ ହେବାକୁ ଉପଜିଲାପାଳ ପ୍ରଧାନ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?