ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହାୟତା ପାଇଁ ସ୍ମାରକପତ୍ର ପ୍ରଦାନ କଲା ପାଚିକା ସଂଘ

ନିଶ୍ଚିନ୍ତକୋଇଲି,୩୦ା୫: ସମ୍ପ୍ରତି ବିଶ୍ୱରେ କରୋନା ମହାମାରୀ ଭୟାନକ ରୂପ ଧାରଣ କରିଛି। ସରକାର ଏନେଇ ଲକ୍‌ଡଉନ ଜାରି କରିଛନ୍ତି। ଫଳରେ ବହୁ ଲୋକ ଜୀବନ ଜୀବିକା ପାଇଁ ସଂଗ୍ରାମ କରୁଛନ୍ତି। ତେବେ ବିଭିନ୍ନ ବିଦ୍ୟାଳୟରେ ପାଚିକା ଭାବେ କାର୍ଯ୍ୟ କରୁଥିବା ମହିଳାମାନେ ଏବେ ଦୁର୍ଦ୍ଦଶାରେ ଗତି କରୁଛନ୍ତି। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ହେବା ଫଳରେ ପାଚିକାମାନେ କିପରି ଚଳିବେ ସେନେଇ ପ୍ରମାଦ ଗଣୁଛନ୍ତି। ଏ ଅବସରରେ ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ ନିଶ୍ଚିନ୍ତକୋଇଲି ବ୍ଲକ କମିଟି ପକ୍ଷରୁ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବ୍ଲକ ଶିକ୍ଷାଧିକାରୀଙ୍କୁ ପ୍ରଦାନ କରାଯାଇଛି। ଶନିବାର ପୂର୍ବାହ୍ନରେ ସଂଘର ଆବାହକ ପ୍ରେମାନନ୍ଦ ସେଠୀଙ୍କ ନେତୃତ୍ୱରେ ମହିଳାମାନେ ସାମାଜିକ ଦୂରତ୍ୱ ରକ୍ଷା କରି ଏକ ଶୋଭାଯାତ୍ରାରେ ଆସି ବିଇଓଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେଠାରେ ବିଭିନ୍ନ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏବିଇଓ ଲକ୍ଷ୍ମଣ କୁମାର ଲେଙ୍କାଙ୍କୁ ପ୍ରଦାନ କରିଛନ୍ତି। ସେ ଏହି ଦାବିପତ୍ରରେ ଦର୍ଶାଇଛନ୍ତି ଯେ, ୨୮ମାସର ବର୍ଦ୍ଧିତ ବକେୟା ପାରଶ୍ରମିକ ଅବିଳମ୍ବେ ପ୍ରଦାନ, ସ୍କୁଲ ବନ୍ଦ ମିଶ୍ରଣ ଓ ୬୦ ବର୍ଷ ପାଇଁ ବାଦ୍‌ ପଡ଼ିଥିବା ସମସ୍ତ ପାଚିକାଙ୍କୁ ୨୮ ମାସର ବର୍ଦ୍ଧିତ ପାରିଶ୍ରମିକ ପ୍ରଦାନ ସୁନିଶ୍ଚିତ କରିବା, ଲକ୍‌ଡାଉନ ସମୟରେ ପାଚିକାଙ୍କୁ ପାରିଶ୍ରମିକ ସହ ୫ ହଜାର ଟଙ୍କା ସହାୟତା ପ୍ରଦାନ, ପାଚିକାଙ୍କୁ ୨୦୧୮ ଏପ୍ରିଲରୁ ମାସିକ ୨ ହଜାର ଟଙ୍କା ପ୍ରଦାନ, ୧୨ ଘଣ୍ଟିଆ ଦୈନିକ କାର୍ଯ୍ୟ ସମୟ ବାତିଲ ଆଦି ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଏଆଇୟୁଟିୟୁସି ସଙ୍ଗଠନର ସଭାପତି ପରମାନନ୍ଦ ସେଠୀ, ସମ୍ପାଦକ ଅନ୍ନପୂର୍ଣ୍ଣା ପତି, ପ୍ରସାନ୍ତ ଦାସ, ସଙ୍ଗୀତା ରାଉତ,ଗୌରୀ ସ୍ବାଇଁ, ଜସ୍ମିନ ମହପାତ୍ର, ସୁରୋକ୍ଷା ମିଶ୍ର, ଟୁକୁନି ପୃଷ୍ଟି, ସୁମିତ୍ରା ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri