ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ସୁରକ୍ଷା କଡ଼ାକଡ଼ି

ଆନନ୍ଦପୁର,୩୧। ୧(ସ୍ବ.ପ୍ର.)- ଶୁକ୍ରବାର ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ନେଇ ଜିଲାଠାରୁ ଆରମ୍ଭ କରି ଉପଖଣ୍ଡ ପ୍ରଶାସନିକ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦୁଝର ଜିଲାପାଳ ଆଶିଷ ଠାକରେ କ୍ରମାଗତ ଭାବେ ଆନନ୍ଦପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟ ତଦାରଖ କରୁଥିବାବେଳେ ଏସପି ମିତ୍ରଭାନୁ ମହାପାତ୍ର ଆନନ୍ଦପୁର ଗସ୍ତ କରି ଆଇନଶୃଙ୍ଖଳା ପରିସ୍ଥିତି ଉପରେ କଡା ନଜର ରଖିଥିବା ଜଣାପଡିଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ବିଭିନ୍ନ କାର୍ଯ୍ୟକୁ ତଦାରଖ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ ସଭାରେ ବ୍ୟାପକ ଜନସମାଗମର ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଉଭୟ ନିର୍ବାଚନମଣ୍ଡଳୀର ବିଧାୟକ ଭିନ୍ନ ଭିନ୍ନ ସ୍ଥାନରେ ଦଳୀୟ କର୍ମୀମାନଙ୍କୁ ନେଇ ଉଚ୍ଚ ସ୍ତରୀୟ ବୈଠକ କରି ମୁଖ୍ୟମନ୍ତ୍ରୀଙ୍କ ସଭାକୁ ସଫଳ କରିବା ପାଇଁ ଉଦ୍ୟମ କରୁଛନ୍ତି। ଆଇନଶୃଙ୍ଖଳା ଦୃଷ୍ଟିରୁ ଜିଲା ଏସ୍‌ପିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ୭ ଜଣ ଡିଏସପି, ୧୭ ଜଣ ଇନ୍ସପେକ୍ଟର, ୪୦ ଜଣ ଏସଆଇ, ୭୨ ଜଣ ଏଏସଆଇ, ୭୫ ଜଣ କନେଷ୍ଟବଳ, ୧୮୦ ଜଣ ହୋମଗାର୍ଡଙ୍କୁ ନିୟୋଜିତ କରାଯାଇଥିବାବେଳେ ୭ ପ୍ଲାଟୁନ୍‌ ପୋଲିସ ଫୋର୍ସର ବ୍ୟବସ୍ଥା ଗ୍ରହଣ କରାଯାଇଛି।
ସୂଚନାଯୋଗ୍ୟ ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବି.ଏନ.ହାଇସ୍କୁଲର ପ୍ଟାଟିନମ୍‌ ଜୁବିଲି ୩୧ ତାରିଖ ଦିନ ଉଦ୍‌ଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟର ଯୋଗେ ଆସି ଦିନ ୧୧ଟା ୪୫ରେ ବି.ଏନ.ହାଇସ୍କୁଲ ପଡିଆରେ ଅବତରଣ କରିବା ପରେ ୧୧.୫୫ ରେ ନିକଟରେ ଥିବା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ମଧ୍ୟାହ୍ନ ୧୨ ଟାରେ ବି.ଏନ. ହାଇସ୍କୁଲ ପ୍ଲାଟିନମ୍‌ ଜୁବିଲି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ପରେ ୧୨ଟା୪୦ରେ ଆନନ୍ଦପୁର ଷ୍ଟାଡିୟମ୍‌ଠାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri